Indus Valley Times

ବିଧାନସଭାରେ ୨୦୨୪-୨୫ କମଚଳା ବଜେଟ୍, ଆଗତ କରୁଛନ୍ତି ଅର୍ଥମନ୍ତ୍ରୀ ବିକ୍ରମ କେଶରୀ ଆରୁଖ

 Breaking News

ବିଧାନସଭାରେ ୨୦୨୪-୨୫ କମଚଳା ବଜେଟ୍, ଆଗତ କରୁଛନ୍ତି ଅର୍ଥମନ୍ତ୍ରୀ ବିକ୍ରମ କେଶରୀ ଆରୁଖ

ବିଧାନସଭାରେ ୨୦୨୪-୨୫ କମଚଳା ବଜେଟ୍, ଆଗତ କରୁଛନ୍ତି ଅର୍ଥମନ୍ତ୍ରୀ ବିକ୍ରମ କେଶରୀ ଆରୁଖ
February 08
17:41 2024

ଭୁବନେଶ୍ବର, ୮/୨ : ବିଧାନସଭାରେ ଆଗତ ହୋଇଛି ୨୦୨୪-୨୫ ଆର୍ଥିକ ବର୍ଷର ଅନ୍ତରୀଣ ବଜେଟ । ଅର୍ଥମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ୧ ଲକ୍ଷ ୧୮ ହଜାର କୋଟିର କାମଚଳା ବଜେଟ୍ ଉପସ୍ଥପାନ କରିଛନ୍ତି । ନିଜର ବଜେଟ ଉପସ୍ଥାପନ ବେଳେ ସେ କହିଛନ୍ତି ଯେ ଓଡ଼ିଶା ୧୦୦ ନିୟୁତ ଡଲାର ଅର୍ଥନୀତିରେ ପରିଣତ ହୋଇଛି ।
୨୦୨୩-୨୪ ଆର୍ଥିକ ବର୍ଷରେ ଓଡ଼ିଶାର ହାରାହାରି ଅଭିବୃଦ୍ଧି ହାର ୭.୨୫ ପ୍ରତିଶତରେ ପହଞ୍ଚିଛି, ଯାହାକି ଜାତୀୟ ହାରଠାରୁ ୧ ପ୍ରତିଶତ ଅଧିକ ରହିଛି । ରାଜ୍ୟରେ ମୁଣ୍ଡପିଛା ଆୟ ଓ ଜାତୀୟ ମୁଣ୍ଡପିଛା ଆୟ ମଧ୍ୟରେ ବ୍ୟବଧାନ ୩୨ ପ୍ରତିଶତକୁ ରୁ ୧୩ ପ୍ରତିଶତକୁ ହ୍ରାସ ପାଇଛି ।
୨୦୨୪-୨୫ ଆର୍ଥିକ ବର୍ଷର ଆଗୁଆ ଆକଳନ ଅନୁସାରେ ଓଡ଼ିଶାର ଅଭିବୃଦ୍ଧି ୮.୫ ପ୍ରତିଶତକୁ ବୃଦ୍ଧି ପାଇବ । ଏଣୁ ସମଗ୍ର ଦେଶର ଅର୍ଥନୀତି କ୍ଷେତ୍ରରେ ଓଡ଼ିଶା ଏକ ଉଜ୍ଜଳ ସ୍ଥାନ ହୋଇ ରହିଛି ।
କୃଷି
ଏହି ବଜେଟର କୃଷି ଓ ଅନୁଷଙ୍ଗିକ କ୍ଷେତ୍ର ପାଇଁ ୨୮,୯୮୪ କୋଟି ଟଙ୍କାର ବ୍ୟୟ ବରାଦ କରାଯାଇଛି ଯାହାକି ପୂର୍ବ ବର୍ଷର ବ୍ୟୟବରାଦ ତୁଳନାରେ ୧୬.୬ ପ୍ରତିଶତ ଅଧିକ ଅଟେ । ରାଜ୍ୟର କୃଷି ଅଭିବୃଦ୍ଧିକୁ ତ୍ବରାନ୍ବିତ କରିବା ଓ ଦାରିଦ୍ର‌୍ୟ ହ୍ରାସ ପାଇଁ କାଳିଆ ଯୋଜନା ଆରମ୍ଭ କରାଯାଇଛି ।
ଏବେ ସୁଦ୍ଧା କାଳିଆ ଯୋଜନାରେ ୪୩ ଲକ୍ଷ ୮୮ ହଜାର କ୍ଷୁଦ୍ର ଓ ନାମମାତ୍ର ଚାଷୀ ୧୮.୯୩ ଲକ୍ଷ ଭୂମିହୀନ ଚାଷୀଙ୍କୁ ସହାୟତା ପ୍ରଦାନ କରାଯାଇଛି । ଧାନ ମୂଲ୍ୟ ଠିକ ସମୟରେ ପ୍ରଦାନ ପାଇଁ ୨ ହଜାର କୋଟି ଟଙ୍କାର ଏକ ରିଭଲଭିଂ ଫଣ୍ଡ ଗଠନ କରାଯାଇଛି ।

About Author

indadmin

indadmin

Related Articles

Archives

Calendar

May 2024
M T W T F S S
 12345
6789101112
13141516171819
20212223242526
2728293031