Indus Valley Times

ବିନିକା ରହିଲା ଗାଁରେ ଅଘଟଣ, ବିଦ୍ୟୁତ ଆଘାତରେ ଚାଲିଗଲା ମହିଳାଙ୍କ ଜୀବନ

 Breaking News

ବିନିକା ରହିଲା ଗାଁରେ ଅଘଟଣ, ବିଦ୍ୟୁତ ଆଘାତରେ ଚାଲିଗଲା ମହିଳାଙ୍କ ଜୀବନ

December 14
11:47 2023

ସୁବର୍ଣ୍ଣପୁର,୧୪/୧୨ : ମାଣବସା ପାଇଁ ଘର ଧୋଉଥିଲେ। ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଚାଲିଗଲା ମହିଳାଙ୍କ ଜୀବନ। ଏଭଳି ଦୁଃଖଦ ଘଟଣା ଘଟିଛି ସୁବର୍ଣ୍ଣପୁର ଜିଲ୍ଲା ବିନିକା ଥାନା ଅନ୍ତର୍ଗତ ରହିଲା ଗାଁରେ। ମୃତ ମହିଳା ଜଣଙ୍କ ବସନ ନାଏକ(୬୫)।
ବସନ ମାଣମସା ପାଇଁ ଘର ଧୋଉଥିଲା। ଏହି ସମୟରେ ସେ ବିଦ୍ୟୁତ ତାର ସଂସ୍ପର୍ଶରେ ଆସିଯାଇଥିଲେ। ପରେ ଛିଟିକି ତଳେ ପଡ଼ି ଯାଇଥିଲେ। ବସନଙ୍କୁ ଗୁରୁତର ଅବସ୍ଥା ଉଦ୍ଧାର କରାଯାଇ ବିନିକା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା।ଡାକ୍ତର ବସନଙ୍କୁ ମୃତ ଘୋଷଣା କରିଥିଲେ।
ବିନିକା ପୁଲିସ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି ଓ ଘଟଣାର ତଦନ୍ତ କରୁଛି। ବସନଙ୍କ ମୃତ୍ୟୁ ପରେ ପରିବାରରେ ଶୋକର ଛାୟା ଖେଳିଯାଇଛି।

About Author

indadmin

indadmin

Related Articles

Archives

Calendar

October 2024
M T W T F S S
 123456
78910111213
14151617181920
21222324252627
28293031