Legatus

ବିଶ୍ବ ଆଥଲେଟିକ୍ସ ଚାମ୍ପିଅନସିପ୍ : ନୀରଜଙ୍କ ଗୋଲଡେନ୍ ଥ୍ରୋ, ୮୮.୧୭ମିଟର ଥ୍ରୋ କରି ଜିତିଲେ ସ୍ବର୍ଣ୍ଣ

 Breaking News

ବିଶ୍ବ ଆଥଲେଟିକ୍ସ ଚାମ୍ପିଅନସିପ୍ : ନୀରଜଙ୍କ ଗୋଲଡେନ୍ ଥ୍ରୋ, ୮୮.୧୭ମିଟର ଥ୍ରୋ କରି ଜିତିଲେ ସ୍ବର୍ଣ୍ଣ

August 28
10:26 2023

ବୁଦାପେଷ୍ଟ, ୨୮/୮: ଭାରତୀୟ କ୍ରୀଡାରେ ଯୋଡି ହେଲା ଆଉ ଏକ ସ୍ୱର୍ଣ୍ଣିମ ଅଧ୍ୟାୟ। ୱାର୍ଲଡ ଆଥଲେଟିକ୍ସ ଚାମ୍ପିଅନସିପର ୪୦ ବର୍ଷର ଇତିହାସରେ ପ୍ରଥମ ଥର ପାଇଁ ଭାରତକୁ ମିଳିଛି ସ୍ୱର୍ଣ୍ଣ ପଦକ।
ଆଉ ଦେଶ ପାଇଁ ଏହି ଗୋଲ୍ଡ ମେଡାଲ ଜିତିଛନ୍ତି ଗୋଲଡେନ୍ ବୟ ନୀରଜ ଚୋପ୍ରା। ପାକିସ୍ତାନ ପ୍ରତିଦ୍ୱନ୍ଦ୍ୱୀଙ୍କୁ ପଛରେ ପକାଇ ସ୍ୱର୍ଣ୍ଣ ପଦକ ଜିତିଛନ୍ତି ନୀରଜ।
ବୁଦାପେଷ୍ଟରେ ଅନୁଷ୍ଠିତ ପୁରୁଷ ଜାଭଲିନ୍ ଥ୍ରୋ ଫାଇନାଲରେ ଐତିହାସିକ ସଫଳତା ପାଇଛନ୍ତି ନୀରଜ। ପ୍ରଥମ ଥ୍ରୋ ଫାଉଲରୁ ଆରମ୍ଭ କରିଥିଲେ ବି ଦ୍ୱିତୀୟ ପ୍ରୟାସରେ ୮୮.୧୭ ମିଟର ଫୋପାଡି ସ୍ୱର୍ଣ୍ଣ ପଦକ ପାଇଁ ଦାବିଦାର ହୋଇଥିଲେ ନୀରଜ।
ବିଶ୍ୱ ଆଥଲେଟିକ୍ସ ଚାମ୍ପିଅନସିପରେ ସ୍ୱର୍ଣ୍ଣ ପଦକ ଜିତି ପ୍ରଥମ ଭାରତୀୟ ଭାବେ ନୀରଜ ଏହି ବିରଳ ସଫଳତାର ଅଧିକାରୀ ହୋଇପାରିଛନ୍ତି। ପାରମ୍ପରିକ ପ୍ରତିଦ୍ୱନ୍ଦ୍ୱୀ ପାକିସ୍ତାନର ଅର୍ଶଦ ନଦୀମ ଋତୁର ଶ୍ରେଷ୍ଠ ପ୍ରଦର୍ଶନ ସହ ୮୭.୮୨ ମିଟରରେ ରୌପ୍ୟ ଏବଂ ଚେକ୍ ରିପବ୍ଲିକ୍ର ଜାକବ ଭାଦଲେଜକ ୮୬.୬୭ ମିଟର ସହ କାଂସ୍ୟ ପଦକ ଜିତିଛନ୍ତି। ଦମ୍ଦାର ପ୍ରଦର୍ଶନ ସହ ପଞ୍ଚମ ପ୍ରୟାସରେ ବ୍ୟକ୍ତିଗତ ଶ୍ରେଷ୍ଠ ପ୍ରଦର୍ଶନ (୮୪.୭୭ ମିଟର) ଦେଇ କିଶୋର ପଞ୍ଚମ ସ୍ଥାନରେ ରହିଥିଲା ବେଳେ ଡିପି ମନୁ ୮୪.୧୪ ମିଟରରେ ତାଙ୍କ ତଳକୁ ରହି ଅଭିଯାନ ଶେଷ କରିଥିଲେ ।
ପୂର୍ବରୁ ଟୋକିଓ ଅଲିମ୍ପିକ୍ସରେ ଦେଶ ପାଇଁ ଗୋଲ୍ଡ ମେଡାଲ ଜିତିଥିଲେ ନୀରଜ। ଏବେ ନୀରଜଙ୍କ ସ୍ୱର୍ଣ୍ଣିମ ସଫଳତାରେ ସାରା ଦେଶ ଉତ୍ସବମୁଖର ହୋଇଯାଇଛି। କ୍ରୀଡାପ୍ରେମୀଙ୍କ ସହ ବିଶିଷ୍ଟ ବ୍ୟକ୍ତି ଶୁଭେଚ୍ଛା ଜଣାଇଛନ୍ତି।

About Author

indadmin

indadmin

Related Articles

Archives

Calendar

March 2025
M T W T F S S
 12
3456789
10111213141516
17181920212223
24252627282930
31