Indus Valley Times

ବିଶ୍ୱନାଥ ପଟ୍ଟନାୟକ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଗାନ୍ଧୀ ଜୟନ୍ତୀ ପାଳିତ

 Breaking News

ବିଶ୍ୱନାଥ ପଟ୍ଟନାୟକ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଗାନ୍ଧୀ ଜୟନ୍ତୀ ପାଳିତ

ବିଶ୍ୱନାଥ ପଟ୍ଟନାୟକ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଗାନ୍ଧୀ ଜୟନ୍ତୀ ପାଳିତ
October 02
20:33 2026

ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟ
ବାଲିଗୁଡ଼ା, ୨/୧୦: କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ସ୍ଥିତ ବିଶ୍ୱନାଥ ପଟ୍ଟନାୟକ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ଶ୍ରଦ୍ଧା ଓ ସମ୍ମାନର ସହ ପାଳିତ ହୋଇଯାଇଛି। ଏହି ଅବସରରେ ଗାନ୍ଧୀଜୀଙ୍କ ଅହିଂସା, ସତ୍ୟ, ଶାନ୍ତି ଓ ସ୍ୱଚ୍ଛତାର ଆଦର୍ଶ ସମ୍ପର୍କରେ ଆଲୋଚନା କରାଯାଇଥିଲା।
କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ସମ୍ପାଦକ ରବୀନ୍ଦ୍ର କୁମାର ପଣ୍ଡା ଯୋଗଦେଇ ଗାନ୍ଧୀଜୀଙ୍କ ଜୀବନାଦର୍ଶ ଓ ତାଙ୍କ ଚିନ୍ତାଧାରା ଛାତ୍ରୀମାନଙ୍କ ପାଇଁ ଆଜି ମଧ୍ୟ ପ୍ରେରଣାର ଉତ୍ସ ବୋଲି କହିଥିଲେ। ଅଧ୍ୟକ୍ଷା ଶ୍ରୀମତୀ ଅନୀତାକୁମାରୀ ଦାଶଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ଅଧ୍ୟାପିକା ଶ୍ରୀମତୀ ହିମାଦ୍ରିତନୟା ଆଚାର୍ଯ୍ୟ ଉପସ୍ଥିତ ଥିଲେ। ଏହି ଅବସରରେ ସୁପ୍ରିୟା ରଣା, ଉଜ୍ୱଳା କହଁର, ମନୋଜଙ୍କ ସମେତ ଛାତ୍ରଛାତ୍ରୀମାନେ ଗାନ୍ଧୀଜୀଙ୍କ ଜୀବନୀ, ଆଦର୍ଶ ଓ ଦେଶ ପାଇଁ ତାଙ୍କ ଅବଦାନ ଉପରେ ବକ୍ତବ୍ୟ ରଖିଥିଲେ।
ଛାତ୍ରୀମାନଙ୍କ ମଧ୍ୟରେ ଗାନ୍ଧୀଜୀଙ୍କ ଚିନ୍ତାଧାରାକୁ ନେଇ ସଚେତନତା ସୃଷ୍ଟି କରିବା ସହ ସତ୍ୟ ଓ ଅହିଂସାର ପଥ ଅନୁସରଣ ପାଇଁ ଆହ୍ୱାନ ଦିଆଯାଇଥିଲା।
ବିରାଗୁଡ଼ା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ : ରାମଧୁନ୍‌ରେ ମୁଖରିତ ହେଲା ଗାଁ, ଦେଶସେବାର ଶପଥ ନେଲେ ଛାତ୍ରଛାତ୍ରୀ

ବାଲିଗୁଡ଼ା, ୨/୧୦ : କନ୍ଧମାଳ ଜିଲ୍ଲା ବାଲିଗୁଡା ବ୍ଲକ ଅନ୍ତର୍ଗତ ବିରାଗୁଡ଼ା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ମହାତ୍ମା ଗାନ୍ଧୀ ଓ ଲାଲବାହାଦୁର ଶାସ୍ତ୍ରୀଙ୍କ ଜୟନ୍ତୀ ଶ୍ରଦ୍ଧା ଓ ଉତ୍ସାହର ସହ ପାଳିତ ହୋଇଯାଇଛି।
ଏହି ଅବସରରେ ଛାତ୍ରଛାତ୍ରୀମାନେ ଗାନ୍ଧୀ ଓ ଶାସ୍ତ୍ରୀଙ୍କ ଫଟୋଚିତ୍ର ଧରି ରାମଧୁନ୍ ଗାଇ ଗ୍ରାମ ପରିକ୍ରମା କରିଥିଲେ।
ପରେ ବିଦ୍ୟାଳୟରେ ଆୟୋଜିତ ସଭାରେ ପ୍ରଧାନଶିକ୍ଷକ ସନାତନ ଅମାୟତ ଗାନ୍ଧୀ ଓ ଶାସ୍ତ୍ରୀଙ୍କ ଫଟୋଚିତ୍ରରେ ପୁଷ୍ପମାଲ୍ୟ ଓ ଚନ୍ଦନ ଅର୍ପଣ କରିବା ସହ ଧୂପ ଓ ଦୀପ ପ୍ରଜ୍ଜ୍ୱଳନ କରିଥିଲେ। ଏହାପରେ ଛାତ୍ରଛାତ୍ରୀଙ୍କ ଦ୍ୱାରା ସର୍ବଧର୍ମ ପ୍ରାର୍ଥନା ପରିବେଷଣ କରାଯାଇଥିଲା।
ସଭାରେ ଛାତ୍ରୀ ମାନସୀ ମଳିକ ଓ ଛାତ୍ର ରାମ ବାଘ ଗାନ୍ଧୀ ଓ ଶାସ୍ତ୍ରୀଙ୍କ ଜୀବନାଦର୍ଶ ସମ୍ପର୍କରେ ନିଜର ମତବ୍ୟକ୍ତ କରିଥିଲେ।
ପ୍ରଧାନଶିକ୍ଷକ ଶ୍ରୀ ଅମାୟତ ନିଜ ବକ୍ତବ୍ୟରେ ଦୁଇ ମହାନ ବ୍ୟକ୍ତିତ୍ୱଙ୍କ ଜୀବନୀ ଓ ଆଦର୍ଶ ସମ୍ପର୍କରେ ଛାତ୍ରଛାତ୍ରୀଙ୍କୁ ଅବଗତ କରାଇଥିଲେ। ବଡ଼ ହୋଇ ସେମାନଙ୍କ ଭଳି ଦେଶ ଓ ସମାଜର ସେବା କରିବାକୁ ସେ ଛାତ୍ରଛାତ୍ରୀଙ୍କୁ ପ୍ରେରଣା ଦେଇଥିଲେ। ସେହିପରି ସହକାରୀ ଶିକ୍ଷକ ଅଲେଖ ରଣା ଗାନ୍ଧୀ ଓ ଶାସ୍ତ୍ରୀଙ୍କ ଜୀବନ ଓ ଆଦର୍ଶ ଉପରେ ଆଲୋକପାତ କରିବା ସହ ଛାତ୍ରଛାତ୍ରୀ ଙ୍କୁ ଜୀବନରେ ଜଣେ ଭଲ ମଣିଷ ହେବାକୁ ଆହ୍ୱାନ ଦେଇଥିଲେ। ଶେଷରେ ସହକାରୀ ଶିକ୍ଷକ ଲକ୍ଷ୍ମୀକାନ୍ତ ପୃଷ୍ଟି ଧନ୍ୟବାଦ ଅର୍ପଣ କରିଥିଲେ।
ଶିକ୍ଷୟିତ୍ରୀ ସମ୍ମିତା ପୃଷ୍ଟି ଓ ଅଞ୍ଜଳୀ ମଳିକ କାର‌୍ୟ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ। କାର୍ଯ୍ୟକ୍ରମ ଶେଷରେ ଛାତ୍ରଛାତ୍ରୀଙ୍କୁ ମିଷ୍ଠାନ୍ନ ବଣ୍ଟନ କରାଯିବା ସହ ମଧ୍ୟାହ୍ନ ଭୋଜନ ପ୍ରଦାନ କରାଯାଇଥିଲା।
ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ: ଗାନ୍ଧୀଙ୍କ ଅହିଂସା ଓ ଶାସ୍ତ୍ରୀଙ୍କ ସରଳତାର ବାର୍ତ୍ତା ନେଇ ସହର ପରିକ୍ରମା କଲେ ଛାତ୍ରଛାତ୍ରୀ
ବାଲିଗୁଡ଼ା, ୨/୧୦ : ରାଷ୍ଟ୍ରପିତା ମହାତ୍ମା ଗାନ୍ଧୀ ଓ ପୂର୍ବତନ ପ୍ରଧାନମନ୍ତ୍ରୀ ଲାଲବାହାଦୁର ଶାସ୍ତ୍ରୀଙ୍କ ଜୟନ୍ତୀ ବାଲିଗୁଡ଼ାରେ ଶ୍ରଦ୍ଧା ଓ ସମ୍ମାନର ସହ ପାଳିତ ହୋଇଛି।
ଏହି ଅବସରରେ ପିଡବ୍ଲ୍ୟୁଡି ଛକସ୍ଥିତ ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତିରେ ଓ ଶାସ୍ତ୍ରୀ ଙ୍କ ଫୋଟୋ ଚିତ୍ରରେ ଅତିଥି ଓ ଉପସ୍ଥିତ ବ୍ୟକ୍ତିମାନେ ପୁଷ୍ପମାଲ୍ୟ ଅର୍ପଣ କରି ଶ୍ରଦ୍ଧାଞ୍ଜଳି ଜଣାଇଥିଲେ।
କାର‌୍ୟ୍ୟକ୍ରମରେ ପିଏ ଆଇଟିଡିଏର ପ୍ରକଳ୍ପ ପ୍ରଶାସକ କୃପାସିନ୍ଧୁ ବେହେରା, ଏନ୍‌ଏସି କାର୍ଯ୍ୟନିର୍ବାହୀ ଅଧିକାରୀ ବିବେକାନନ୍ଦ ଦଳାଇ, ଉପଖଣ୍ଡ ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଶିବଶଙ୍କର ସମରଥ, ତୀର୍ଥବାସୀ ଘଡ଼ାଇ, ଅଭିମନ୍ୟୁ ପ୍ରଧାନ, ସୁରେନ୍ଦ୍ର କୁମାର ପାତ୍ରଙ୍କ ସମେତ ବିଭିନ୍ନ ବିଦ୍ୟାଳୟର ଛାତ୍ରଛାତ୍ରୀ ଓ ଶିକ୍ଷକ ଶିକ୍ଷୟିତ୍ରୀ ଉପସ୍ଥିତ ଥିଲେ।
ଏହି ଅବସରରେ ଛାତ୍ରଛାତ୍ରୀମାନେ ଗାନ୍ଧୀ ଓ ଶାସ୍ତ୍ରୀଙ୍କ ବେଶଭୂଷାରେ ସଜ୍ଜିତ ହୋଇ ସହର ପରିକ୍ରମା କରିଥିଲେ।
ବିଭିନ୍ନ ସ୍ଲୋଗାନ ଦେଇ ଛାତ୍ରଛାତ୍ରୀଙ୍କ ଶୋଭାଯାତ୍ରା ସମଗ୍ର ସହର ପରିକ୍ରମା କରିବା ସହ ଗାନ୍ଧୀଙ୍କ ଅହିଂସା, ସତ୍ୟ ଓ ସ୍ୱଚ୍ଛତାର ବାର୍ତ୍ତା ଏବଂ ଶାସ୍ତ୍ରୀଙ୍କ ଦେଶପ୍ରେମ ଓ ଶୃଙ୍ଖଳାର ଆଦର୍ଶକୁ ମନେ ପକାଇଥିଲା। ଛାତ୍ରଛାତ୍ରୀଙ୍କ ଏହି ଶୋଭାଯାତ୍ରା ସହରବାସୀଙ୍କ ମଧ୍ୟରେ ଦେଶପ୍ରେମ ଓ ଗାନ୍ଧୀ-ଶାସ୍ତ୍ରୀଙ୍କ ଆଦର୍ଶ ପ୍ରତି ସଚେତନତା ସୃଷ୍ଟି କରିଥିଲା।

About Author

indadmin

indadmin

Related Articles

Archives

Calendar

October 2026
M T W T F S S
 1234
567891011
12131415161718
19202122232425
262728293031