Indus Valley Times

ବୁଲବୁଲ୍ ପାଇଁ ଓଡିଶାକୁ କେନ୍ଦ୍ରର ୫୫୨ କୋଟି ଟଙ୍କାର ସହାୟତା ଘୋଷଣା

 Breaking News

ବୁଲବୁଲ୍ ପାଇଁ ଓଡିଶାକୁ କେନ୍ଦ୍ରର ୫୫୨ କୋଟି ଟଙ୍କାର ସହାୟତା ଘୋଷଣା

December 04
13:45 2019

ଭୁବନେଶ୍ୱର,୪ ।୧୧: ସାମୁଦ୍ରିକ ବାତ୍ୟା ବୁଲବୁଲ ପ୍ରଭାବରେ କ୍ଷତିଗ୍ରସ୍ତ ଓଡିଶା ରାଜ୍ୟକୁ କେନ୍ଦ୍ର ସରକାର ୫୫୨ କୋଟି ଟଙ୍କା ଆର୍ଥିକ ସହାୟତା ଘୋଷଣା କରିଛନ୍ତି । ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଗୃହମନ୍ତ୍ରୀ ଅମିତ ଶାହଙ୍କୁ ସାମାଜିକ ଗଣମାଧ୍ୟମରେ ଧନ୍ୟବାଦ ଜଣାଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।
ଶ୍ରୀ ପ୍ରଧାନ ଉଲ୍ଲେଖ କରିଛନ୍ତି ଯେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଗୃହମନ୍ତ୍ରୀ ଅମିତ ଶାହ ଓଡିଶାବାସୀଙ୍କ ଆବଶ୍ୟକତାକୁ ସର୍ବଦା ପ୍ରାଥମିକତା ଦେଇଥିବାରୁ ଧନ୍ୟବାଦ ।
କେନ୍ଦ୍ର ସରକାରଙ୍କ ଦ୍ୱାରା ଘୋଷଣା କରାଯାଇଥିବା ୫୫୨ କୋଟି ଟଙ୍କା ରାଜ୍ୟ ସରକାରଙ୍କର ବୁଲବୁଲ ସ୍ଥିତିକୁ ଭଲରେ ଅନୁଧ୍ୟାନ କରିବାରେ ତଥା ବାତ୍ୟା ବୁଲବୁଲ ପ୍ରଭାବରେ କ୍ଷତିଗ୍ରସ୍ତ ଜୀବନଜୀବିକାର ପୁନଃଉଦ୍ଧାର କାର୍ଯ୍ୟରେ ସହାୟକ ହେବ ବୋଲି ମଙ୍ଗଳବାର ଦିନ ସେ କହିଛନ୍ତି ।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031