Indus Valley Times

ବୌଦ୍ଧ ଜିଲ୍ଲାପାଳଙ୍କ ଦ୍ୱାରା ବିଭିନ୍ନ ସ୍ୱାସ୍ଥ୍ୟକେନ୍ଦ୍ର ପରିଦର୍ଶନ ସହିତ ନିର୍ମାଣାଧୀନ ସ୍ୱାସ୍ଥ୍ୟ ପ୍ରକଳ୍ପ ଗୁଡ଼ିକର ଅଗ୍ରଗତି ସମୀକ୍ଷା

 Breaking News

ବୌଦ୍ଧ ଜିଲ୍ଲାପାଳଙ୍କ ଦ୍ୱାରା ବିଭିନ୍ନ ସ୍ୱାସ୍ଥ୍ୟକେନ୍ଦ୍ର ପରିଦର୍ଶନ ସହିତ ନିର୍ମାଣାଧୀନ ସ୍ୱାସ୍ଥ୍ୟ ପ୍ରକଳ୍ପ ଗୁଡ଼ିକର ଅଗ୍ରଗତି ସମୀକ୍ଷା

ବୌଦ୍ଧ ଜିଲ୍ଲାପାଳଙ୍କ ଦ୍ୱାରା ବିଭିନ୍ନ ସ୍ୱାସ୍ଥ୍ୟକେନ୍ଦ୍ର ପରିଦର୍ଶନ ସହିତ ନିର୍ମାଣାଧୀନ ସ୍ୱାସ୍ଥ୍ୟ ପ୍ରକଳ୍ପ ଗୁଡ଼ିକର ଅଗ୍ରଗତି ସମୀକ୍ଷା
July 03
21:34 2026

କମ୍ଭୁଧର କ୍ଷେତିଙ୍କ ରିପୋର୍ଟ
ବୌଦ୍ଧ, ୩/୭ : ଜିଲ୍ଲାପାଳ ବିଭୁତି ଭୂଷଣ ନାୟକ ଆଜି କଣ୍ଟାମାଳ ବ୍ଲକର ବିଭିନ୍ନ ସ୍ୱାସ୍ଥ୍ୟକେନ୍ଦ୍ର ପରିଦର୍ଶନ କରି ନିର୍ମାଣାଧୀନ ସ୍ୱାସ୍ଥ୍ୟ ପ୍ରକଳ୍ପ ଗୁଡ଼ିକର ଅଗ୍ରଗତି ତଥା ନିର୍ମାଣ ହେଇସାରିଥିବା ଅନୁଷ୍ଠାନ ଗୁଡ଼ିକର କାର୍ଯ୍ୟକାରିତା ସମ୍ପର୍କରେ ସମୀକ୍ଷା କରିଥିଲେ।
ପ୍ରଥମେ ମନମୁଣ୍ଡା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ପରିଦର୍ଶନ କରି ସେଠାରେ ୨୦୧୮ ମସିହାରୁ ମଂଜୁର ହୋଇଥିବା ୫୦ ଶଯ୍ୟା ବିଶିଷ୍ଟ ମାତୃ ଓ ଶିଶୁ ଚିକିତ୍ସା କେନ୍ଦ୍ର କୋଠାର ନିର୍ମାଣ କାମ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ହୋଇନଥିବାରୁ ନିଜର ଅସନ୍ତୋଷ ବ୍ୟକ୍ତ କରିଥିଲେ ଓ ସମସ୍ତ ବକେୟା କାମକୁ ତୁରନ୍ତ ସାରି ସ୍ୱାସ୍ଥ୍ୟ ବିଭାଗକୁ ହସ୍ତାନ୍ତର କରିବାକୁ କୋଠା ନିର୍ମାଣ ଦାୟିତ୍ୱରେ ଥିବା ପୂର୍ତ୍ତ ବିଭାଗର ଅଧିକ୍ଷଣ ଯନ୍ତ୍ରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ ।
ସେହିପରି ପଲସାଗୋରା ସ୍ଥିତ ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ରର ନୂତନ କୋଠାର କାର୍ଯ୍ୟକୁ ଧାର୍ଯ୍ୟ ସମୟ ମଧ୍ୟରେ ସମ୍ପୂର୍ଣ୍ଣ କରି ହସ୍ତାନ୍ତର କରିବାକୁ ଠିକାଦାରଙ୍କୁ ନିର୍ଦ୍ଦେଶ ଦେଇଥିଲେ।
ଏହା ସହ କଣ୍ଟାମାଳ ଗୋଷ୍ଠି ସ୍ୱାସ୍ଥ୍ୟ କେନ୍ଦ୍ର ପରିଦର୍ଶନ କରି ରୋଗୀମାନଙ୍କ ସହ ଆଲୋଚନା ସହ ଓମସା ଦ୍ୱାରା ଆହୁତ ଡାକ୍ତରଙ୍କ ସମୂହ ଧର୍ମଘଟ ବେଳେ ଆବଶ୍ୟକୀୟ ସ୍ୱାସ୍ଥ୍ୟ ସେବା କିପରି ପ୍ରଦାନ କରାଯାଉଛି ତାହାର ପର୍ଯ୍ୟବେକ୍ଷଣ କରିଥିଲେ।
ଏ ଅବସରରେ ରୋଗୀମାନଙ୍କୁ ଉଚିତ ସ୍ୱାସ୍ଥ୍ୟସେବା, ଆମ୍ବୁଲାନ୍ସ ସେବା, ଜରୁରୀକାଳୀନ ସେବା ଯୋଗାଇଦେବା ପାଇଁ ଡାକ୍ତରଖାନା ଦାୟିତ୍ୱରେ ଥିବା ବିଭାଗୀୟ କର୍ତ୍ତ୍ରୁପକ୍ଷଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଜିଲ୍ଲାପାଳଙ୍କ ଏହି ଗସ୍ତ ସମୟରେ ଜିଲ୍ଲାପାଳଙ୍କ ସହ ଡା. ମହେନ୍ଦ୍ର ସଏ, ଡା. ସମ୍ମୋହିନୀ ସୁଧା, ଜାତୀୟ ସ୍ୱାସ୍ଥ୍ୟ ମିଶନର ଜିଲ୍ଲା ପ୍ରକଳ୍ପ ପ୍ରବନ୍ଧକ ଗିରିଜା ପ୍ରସାଦ ମିଶ୍ର, ଅତିରିକ୍ତ ଯନ୍ତ୍ରୀ ରାଧାକୃଷ୍ଣ ମଲ୍ଲିକ ପ୍ରମୁଖ ଉପସ୍ଥିତ ଥିଲେ।

About Author

indadmin

indadmin

Related Articles

Archives

Calendar

October 2026
M T W T F S S
 1234
567891011
12131415161718
19202122232425
262728293031