Indus Valley Times

ବୌଦ୍ଧ ଜିଲ୍ଲାରେ ଜିଲ୍ଲାପାଳ ଓ ଏସପିଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ

 Breaking News

ବୌଦ୍ଧ ଜିଲ୍ଲାରେ ଜିଲ୍ଲାପାଳ ଓ ଏସପିଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ

ବୌଦ୍ଧ ଜିଲ୍ଲାରେ ଜିଲ୍ଲାପାଳ ଓ ଏସପିଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ
June 01
22:01 2026

କମ୍ଭୁଧର କ୍ଷେତିଙ୍କ ରିପୋର୍ଟ
ବୌଦ୍ଧ, ୧/୬ : ବୌଦ୍ଧ ଜିଲ୍ଲା ସଦର ମହକୁମାସ୍ଥିତ ସଦଭାବନା ସଭା ଗୃହରେ ଆଜି ଜିଲ୍ଲାପାଳ ଓ ଜିଲ୍ଲା ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଓ ସମାଧାନ ଶିବିର ଅନୁଷ୍ଠିତ ହୋଇଯାଇଛି ।
ଜିଲ୍ଲାପାଳ ତଥା ଜିଲ୍ଲା ମାଜିଷ୍ଟ୍ରେଟ ବିଭୂତି ଭୂଷଣ ନାୟକଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ଶିବିରରେ ସାଧାରଣ ଲୋକଙ୍କ ବିଭିନ୍ନ ଅଭିଯୋଗ ଓ ସମସ୍ୟା ସମ୍ପର୍କରେ ଶୁଣାଣି କରାଯାଇଥିଲା ।
ଏହି ଅଭିଯୋଗ ଶୁଣାଣି ଶିବିରରେ ଅତିରିକ୍ତ ଜିଲ୍ଲାପାଳ ଅନିରୁଦ୍ଧ ପଧାନ ,ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ପ୍ରଭାସ ଚନ୍ଦ୍ର ଦଣ୍ଡସନା, ଉପ ଜିଲ୍ଲାପାଳ ବିନୟ କୁମାର ଭୋଇ , ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଡଃ ମହେନ୍ଦ୍ର କୁମାର ସାହୁ ପ୍ରମୁଖ ଉପସ୍ଥିତ ଥିଲେ ।
ଶିବିରରେ ମୋଟ ୭୧ଟି ଅଭିଯୋଗ ଗ୍ରହଣ କରାଯାଇଥିଲା। ସେଥିମଧ୍ୟରୁ ୬୩ଟି ବ୍ୟକ୍ତିଗତ ଏବଂ ୮ଟି ସାମୂହିକ ଅଭିଯୋଗ ଥିଲା ।
ବହୁ ସଂଖ୍ୟକ ବୃଦ୍ଧ ବୃଦ୍ଧା ଠିକ ସମୟରେ ବାର୍ଦ୍ଧକ୍ୟ ଭତ୍ତା ମିଳୁନଥିବା ଅଭିଯୋଗ କରିଥିବାରୁ ଏହା ଉପରେ ଶୀଘ୍ର ପଦକ୍ଷେପ ନେବା ପାଇଁ ଜିଲ୍ଲାପାଳ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ ।
ଗ୍ରହଣ କରାଯାଇଥିବା ଅଭିଯୋଗ ମଧ୍ୟରୁ ୨୫ଟିର ତୁରନ୍ତ ସମାଧାନ କରାଯାଇଥିଲା । ଏଥିସହ ଜଣେ ହିତାଧିକାରୀଙ୍କୁ ମାସିକ ଅସହାୟ ଭତ୍ତା ମଞ୍ଜୁର କରାଯାଇଥିବା ବେଳେ ଜଣେ ଦିବ୍ୟାଙ୍ଗ ବ୍ୟକ୍ତିଙ୍କୁ ହ୍ୱିଲ୍ ଚେୟାର ପ୍ରଦାନ କରାଯାଇଥିଲା। ସେହିପରି ତିନିଜଣ ଆବେଦନକାରୀଙ୍କୁ ମୋଟ ୯,୦୦୦ ଟଙ୍କାର ଆର୍ଥିକ ସହାୟତା ଜିଲ୍ଲା ରେଡକ୍ରସ ପାଣ୍ଠିରୁ ଯୋଗାଇ ଦିଆଯାଇଥିଲା ।
ଜିଲ୍ଲାରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଯୁଦ୍ଧକାଳୀନ ଭିତ୍ତିରେ ସମସ୍ତ ଗ୍ରାମ, ସହର, ବସତି ମାନଙ୍କ ପାନୀୟ ଜଳ ସମସ୍ୟା ତୁରନ୍ତ ସମାଧାନ କରିବା ପାଇଁ ଅଧିକାରୀ ମାନଙ୍କୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ ।
ସମୟାନୁବର୍ତ୍ତିତା ସହିତ ସମର୍ପିତ ଭାବରେ ଜନସାଧାରଣଙ୍କୁ ସମସ୍ତ ମୌଳିକ ସେବା ଯୋଗାଇ ଦେବା ପାଇଁ ସେ ସମସ୍ତ ଅଧିକାରୀ ମାନଙ୍କୁ ଆହ୍ବାନ ଦେଇଥିଲେ ।
ବିଡ଼ିଓ ଯୁଗଳ କିଶୋର ବିଶ୍ବାଳ , ତହସିଲଦାର ଅନିତା କୁମାରୀ ସାହୁ, ଆସିଷ୍ଟାଣ୍ଟ କଲେକ୍ଟର ଜ୍ୟୋତି ରଞ୍ଜନ ଭୋଇ ପ୍ରମୁଖ ଶିବିର ପରିଚାଳନାରେ ସହଯୋଗ କରିଥିଲେ। ଶିବିରରେ ସମସ୍ତ ଜିଲ୍ଳା ସ୍ତରୀୟ ଅଧିକାରୀ, ବିଭିନ୍ନ ବିଭାଗର ଯନ୍ତ୍ରୀ,ଲାଇନ୍ ବିଭାଗ ଅଧିକାରୀ, ବ୍ଲକ ସ୍ତରୀୟ ଅଧିକାରୀ ଏବଂ କର୍ମଚାରୀ, ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ବିଦ୍ୟାପତି ପଣ୍ଡା ଓ ବିଭିନ୍ନ ଗଣ ମାଧ୍ୟମର ପ୍ରତିନିଧି ପ୍ରମୁଖ ଉପସ୍ଥିତ ଥିଲେ ।

About Author

indadmin

indadmin

Related Articles

Archives

Calendar

October 2026
M T W T F S S
 1234
567891011
12131415161718
19202122232425
262728293031