Indus Valley Times

ବୌଦ୍ଧ ଜିଲ୍ଲା ମୁଖ୍ୟାଳୟରେ ଜିଲ୍ଲାପାଳ ଓ ଜିଲ୍ଲା ଆରକ୍ଷୀ ଅଧୀକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ

 Breaking News

ବୌଦ୍ଧ ଜିଲ୍ଲା ମୁଖ୍ୟାଳୟରେ ଜିଲ୍ଲାପାଳ ଓ ଜିଲ୍ଲା ଆରକ୍ଷୀ ଅଧୀକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ

ବୌଦ୍ଧ ଜିଲ୍ଲା ମୁଖ୍ୟାଳୟରେ ଜିଲ୍ଲାପାଳ ଓ ଜିଲ୍ଲା ଆରକ୍ଷୀ ଅଧୀକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ
May 04
19:48 2026

କମ୍ଭୁଧର କ୍ଷେତିଙ୍କ ରିପୋର୍ଟ
ବୌଦ୍ଧ, ୪/୫ : ବୌଦ୍ଧ ଜିଲ୍ଲା ମୁଖ୍ୟାଳୟସ୍ଥିତ ଜିଲ୍ଲାପାଳଙ୍କ ସଦଭାବନା ସଭାଗୃହରେ ଜିଲ୍ଲାପାଳ ବିଭୁତି ଭୂଷଣ ନାୟକ ଓ ଜିଲ୍ଲା ଆରକ୍ଷୀ ଅଧୀକ୍ଷକ ରାହୁଲ ଗୋଏଲ୍ ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଓ ସମାଧାନ ଶିବିର ଅନୁଷ୍ଠିତ ହୋଇଯାଇଛି ।
ଏହି ଅଭିଯୋଗ ଶୁଣାଣି ଶିବିରରେ ଅତିରିକ୍ତ ଜିଲ୍ଲାପାଳ ଅନିରୁଦ୍ଧ ପ୍ରଧାନ, ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ପ୍ରଭାସ ଚନ୍ଦ୍ର ଦଣ୍ଡସେନା, ଏଡିସନାଲ୍ ଏସ୍ ପି ସାର୍ଥକ ରାୟ, ଉପ ଜିଲ୍ଲାପାଳ ବିନୟ କୁମାର ଭୋଇ , ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଡଃ ମହେନ୍ଦ୍ର କୁମାର ସାହୁ, ପ୍ରମୁଖ ଉପସ୍ଥିତ ଥିଲେ ।
ଆଜିର ଶିବିରରେ ୪୧ ଗୋଟି ବ୍ୟକ୍ତିଗତ ଓ ୦୫ ଟି ଗୋଷ୍ଠିଗତ ଏଭଳି ମୋଟ ୪୬ ଗୋଟି ଅଭିଯୋଗର ଶୁଣାଣି ଜିଲ୍ଲାପାଳ କରିଥିଲେ । ୧୦ ଟି ଅଭିଯୋଗର ତୁରନ୍ତ ସମାଧାନ ହୋଇଥିଲା ।
ଅନ୍ୟାନ୍ୟ ଅଭିଯୋଗ ଉପରେ ଶୀଘ୍ର ପଦକ୍ଷେପ ନେବା ପାଇଁ ସଂପୃକ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ ମାନଙ୍କୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ। ସେହିପରି ଦୁଇ ଜଣ ଅସହାୟଙ୍କୁ ରେଡକ୍ରସ୍ ପାଣ୍ଠି ରୁ ୧୦ ହଜାର ଟଙ୍କାର ତତ୍କାଳ ସହାୟତା ଜିଲ୍ଲାପାଳ ପ୍ରଦାନ କରିଥିଲେ। ଜିଲ୍ଲାରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ପାନୀୟ ଜଳ ଓ ବିଦ୍ୟୁତ୍ ସମସ୍ୟାର ତୁରନ୍ତ ସମାଧାନ କରିବା ପାଇଁ ଜିଲ୍ଲାପାଳ ସଂପୃକ୍ତ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ ।
ଏହା ସହିତ ଜିଲ୍ଲାର ସମସ୍ତ କାର‌୍ୟ୍ୟାଳୟରେ ଆଗନ୍ତୁକ ମାନଙ୍କ ପାଇଁ ପିଇବା ପାଣିର ବ୍ୟବସ୍ଥା କରିବା ପାଇଁ କହିଥିଲେ ।
ବୌଦ୍ଧ ବି ଡି ଓ ଯୁଗଳ କିଶୋର ବିଶ୍ୱାଳ, ତହସିଲଦାର ଅନିତା କୁମାରୀ ସାହୁ, ଜିଲ୍ଲା ଜରୁରୀ କାଳୀନ ଅଧିକାରୀ ଜ୍ୟୋତିରଞ୍ଜନ ଭୋଇ ପ୍ରମୁଖ ଶିବିର ପରିଚାଳନାରେ ସହଯୋଗ କରିଥିଲେ।
ସଭାରେ ସମସ୍ତ ଜିଲ୍ଳା ସ୍ତରୀୟ ଅଧିକାରୀ, ବିଭିନ୍ନ ବିଭାଗର ଯନ୍ତ୍ରୀ,ଲାଇନ୍ ବିଭାଗ ଅଧିକାରୀ, ବ୍ଲକ ସ୍ତରୀୟ ଅଧିକାରୀ ଏବଂ କର୍ମଚାରୀ, ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ବିଦ୍ୟାପତି ପଣ୍ଡା ଓ ବିଭିନ୍ନ ଗଣ ମାଧ୍ୟମର ପ୍ରତିନିଧି ପ୍ରମୁଖ ଉପସ୍ଥିତ ଥିଲେ ।

About Author

indadmin

indadmin

Related Articles

Archives

Calendar

July 2026
M T W T F S S
 12345
6789101112
13141516171819
20212223242526
2728293031