Indus Valley Times

ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ଆଡେନିଗଡ଼ ଗାଁରେ ଏକ ଅଭାବନୀୟ ଘଟଣା : ସ୍ତ୍ରୀର ଟାଙ୍ଗିଆ ଚୋଟରେ ସ୍ୱାମୀର ମୃତ୍ୟୁ

 Breaking News

ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ଆଡେନିଗଡ଼ ଗାଁରେ ଏକ ଅଭାବନୀୟ ଘଟଣା : ସ୍ତ୍ରୀର ଟାଙ୍ଗିଆ ଚୋଟରେ ସ୍ୱାମୀର ମୃତ୍ୟୁ

ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ଆଡେନିଗଡ଼ ଗାଁରେ ଏକ ଅଭାବନୀୟ ଘଟଣା : ସ୍ତ୍ରୀର ଟାଙ୍ଗିଆ ଚୋଟରେ ସ୍ୱାମୀର ମୃତ୍ୟୁ
November 10
10:06 2021

ବୌଦ୍ଧ,୧୦/୧୧ : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ଆଡେନିଗଡ଼ ଗାଁରେ ଏକ ଅଭାବନୀୟ ଘଟଣା ଘଟିଛି। ସ୍ତ୍ରୀର ଟାଙ୍ଗିଆ ଚୋଟରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତିଜଣଙ୍କ ହେଲେ ତରଣୀ ସେନ ପ୍ରଧାନ। ତାଙ୍କୁ ୪୫ ବର୍ଷ ହୋଇଥିଲା। ସ୍ତ୍ରୀ କୁନୁ ମୁଖୀ ତରଣୀଙ୍କୁ ହତ୍ୟା କରିବା ପରେ ଘଟଣାସ୍ଥଳରୁ ଫେରାର ହୋଇଯାଇଥିଲେ।
ମିଳିଥିବା ସୂଚନା ଅନୁସାରେ, ଗତକାଲି ସନ୍ଧ୍ୟା ସମୟରେ ସ୍ୱାମୀସ୍ତ୍ରୀଙ୍କ ମଧ୍ୟରେ କୌଣସି କଥାକୁ ନେଇ ଝଗଡ଼ା ହୋଇଥିଲା। କୁନୁ ଏଥିରେ ଉତକ୍ଷିପ୍ତ ହୋଇ ସ୍ୱାମୀ ତରଣୀଙ୍କୁ ଘରେ ଥିବା ଟାଙ୍ଗିଆରେ ହାଣି ଦେଇଥିଲେ ଓ ପରେ ଫେରାର ହୋଇଯାଇଥିଲେ। ଗ୍ରାମବାସୀ ତରଣୀଙ୍କୁ ରକ୍ତାକ୍ତ ଅବସ୍ଥାରେ ପଡ଼ିଥିବା ଦେଖି ଦମକଳବାହିନୀ ଓ ପୁଲିସକୁ ଖବର ଦେଇଥିଲେ।
ହରଭଙ୍ଗା ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚି ତରଣୀଙ୍କୁ ପୁରୁଣା କଟକ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଚଳାଇଛି। ତରଣୀ ଘର ଜ୍ୱାଇଁ ହୋଇ ରହିଥିଲେ।। ତାଙ୍କର ତିନୋଟି ଝିଅ ଓ ଗୋଟିଏ ପୁଅ ଅଛନ୍ତି ।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031