Indus Valley Times

ବୌଦ୍ଧ ଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ

 Breaking News

ବୌଦ୍ଧ ଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ

June 21
09:09 2022

କମ୍ଭୁଧର କ୍ଷେତିଙ୍କ ରିପୋର୍ଟ
ବୌଦ୍ଧ, ୨୧/୬: ସୋମବାର ଦିନ ଜିଲ୍ଲାପାଳ ଲଲାଟେନ୍ଦୁ ମିଶ୍ର ଓ ଆରକ୍ଷୀ ଅଧିକ୍ଷକ ଜ୍ଞାନ ରଞ୍ଜନ ମହାନ୍ତିଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଛି ।
ଏହି ଶିବିରରେ ସମୁଦାୟ ୪୬ ଗୋଟି ଆପତ୍ତି ଅଭିଯୋଗ ଆସିଥିବାବେଳେ ସେଥିମଧ୍ୟରୁ ୪୧ ଗୋଟି ବ୍ୟକ୍ତିଗତ ମାମଲା ହୋଇଥିବାବେଳେ ୫ ଗୋଟି ବିଭିନ୍ନ ଗ୍ରାମର ସାମୁହିକ ମାମଲା ଆସିଥିଲା । ଅଭିଯୋଗ ଗୁଡିକ ମଧ୍ୟରୁ ୨୩ ଗୋଟି ଅଭିଯୋଗକୁ ତଥ୍ କାଳ ଫଇସଲା କରାଯାଇଥିବା ବେଳେ ୪ ଗୋଟି ଅଭିଯୋଗ ସଂପର୍କରେ ଅନୁଧ୍ୟାନ କରାଯାଇ ତୁରନ୍ତ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୩୫ ହଜାର ଟଙ୍କାର ଆର୍ଥିକ ସହାୟତା ଯୋଗାଇଦିଆଯାଇଥିଲା ।
ଏହି ଶିବିରରେ ପ୍ରକଳ୍ପ ନିର୍ଦ୍ଦେଶକ ଅଶ୍ୱିନୀ କୁମାର ମେହେର,ଉପଜିଲ୍ଲାପାଳ ସନତ କୁମାର ନାଏକ, ତହସିଲଦାର ଦେବୀ ପ୍ରସାଦ ଦାସ, ଡିସିପିଓ ରାହୁଲ ପ୍ରଧାନ ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ସରସୀ ପଣ୍ଡା,ପିଡି ୱାଟର ସେଡ ପ୍ରଦୀପ୍ତ କୁମାର ମହାନ୍ତ ।
ବୌଦ୍ଧ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ଅଧିକାରୀ ଓ କର୍ମଚାରୀଙ୍କୁ ଅଗ୍ନି ନିରାପତା ତାଲିମ କାର୍ଯ୍ୟକ୍ରମ
ବୌଦ୍ଧ,୨୧/୬ : ସୋମବାର ୧୦ଟା ସମୟରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଅଗ୍ନିଶମ ବିଭାଗ ପକ୍ଷରୁ ଅଗ୍ନିକାଣ୍ଡ ସମୟରେ ନିଆଁକୁ ଆୟତ କରିବା ଓ ନିଜେ ସୁରକ୍ଷିତ ରହିବା ସହିତ ଅନ୍ୟକୁ କିପରି ଉଦ୍ଧାର କରିପାରିବାର ବିଭିନ୍ନ କୌଶଳ ଉପରେ ମକଡ୍ରିଲ ଜରିଆରେ ତାଲିମ ପ୍ରଦାନ କରାଯାଇଥିଲା ।
କୌଣସି କୋଠାର ଉପର ମହଲାରେ ନିଆଁ ଲାଗିଥିଲେ କିପରି ଉଦ୍ଧାର କରାଯାଇପାରିବ ତାର କୌଶଳ ମଧ୍ୟ ପ୍ରଦର୍ଶିତ କରାଯାଇଥିଲା । ସେହିପରି ଗ୍ୟାସ ସିଲିଣ୍ଡରରେ ନିଆଁ ଲାଗିଲେ କିପରି ନିଆଁକୁ ଆୟତ କରାଯାଇପାରିବ ଏବଂ ତୁରନ୍ତ କେଉଁ କେଉଁ ପଦକ୍ଷେପ ଗ୍ରହଣ କରାଯିବ ତାହାର ତାଲିମ ପ୍ରଦାନ କରାଯାଇଥିଲା । ଏହି ତାଲିମ କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ବବିତାରାଣୀ ଦଳବେହେରା,ଉପଜିଲ୍ଲାପାଳ ସନତ କୁମାର ନାଏକ,ଡେପୁଟି କଲେକ୍ଟର ଝରଣା ପ୍ରଧାନ, ସହକାରୀ ଜିଲ୍ଲାପାଳ ବିରଞ୍ଚି ଧରୁଆ, ଚନ୍ଦ୍ରଶେଖର ବେହେରା,ସସ୍ମିତା ନାୟକ,ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ଲକ୍ଷପତି ଭୋଇ,ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ରିତାକାନ୍ତି ବଳିୟାରସିଂହଙ୍କ ସମେତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ସମସ୍ତ କର୍ମଚାରୀ ଅଂଶଗ୍ରହଣ କରିଥିଲେ । ଜିଲ୍ଲା ଜରୁରୀକାଳୀନ ଅଧିକାରୀ ଅବନୀକାନ୍ତ ସାହୁଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ଏହି ତାଲିମ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ।
ବୌଦ୍ଧ ଜିଲ୍ଲାର ବରିଷ୍ଠ ନାଗରିକ ମାନଙ୍କ ନିମନ୍ତେ ଏକ ଭ୍ରାମ୍ୟମାନ ସ୍ୱାସ୍ଥ୍ୟ ୟୁନିଟ ର ଶୁଭାରମ୍ଭ
ବୌଦ୍ଧ, ୨୧/୬: ବୌଦ୍ଧ ଜିଲ୍ଲାର ବରିଷ୍ଠ ନାଗରିକ ମାନଙ୍କ ନିମନ୍ତେ ଏକ ଭ୍ରାମ୍ୟମାନ ସ୍ୱାସ୍ଥ୍ୟ ୟୁନିଟ ର ଶୁଭାରମ୍ଭ ହୋଇଯାଇଛି ।ଏହି ଅବସରରେ ଜିଲ୍ଲାପାଳ ଲଲାଟେନ୍ଦୁ ମିଶ୍ର ସବୁଜ ପତାକା ଦେଖାଇ ଏହି କାର୍ଯ୍ୟକ୍ରମ ର ଶୁଭାରମ୍ଭ କରିଥିଲେ ।
ଅନ୍ୟମାନଙ୍କ ମଧ୍ୟରେ ଆରଖି ଅଧିକ୍ଷକ ଜ୍ଞାନ ରଞ୍ଜନ ମହାନ୍ତି,ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦେଶକ ଅଶ୍ୱିନୀ କୁମାର ମେହେର, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ସୁଧାଂଶୁ ଶେଖର ପୁଝାହାରି,ଉପଖଣ୍ଡ ସାମାଜିକ ସୁରକ୍ଷା ଅଧିକାରୀ ବିରେନ୍ଦ୍ର କଂହର, ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ସରସୀ ପଣ୍ଡା, ସିଡିପିଓ ମିନତୀ ଦେଉ ଏବଂ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ରିତ।କାନ୍ତି ବଳିଆରସିଂ ପ୍ରମୁଖ ଉପସ୍ଥିତ ଥିଲେ । ଏହି କାର‌୍ୟ୍ୟକ୍ରମ ରେ ବିଶ୍ଵଯିବନ ସେବା ସଂଘର କର୍ମକର୍ତ୍ତା ଏବଂ ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଙ୍କ କାର‌୍ୟ୍ୟାଳୟର ସତ୍ୟବ୍ରତ ସାହୁ, ମିଥିଲେସ ସାହୁ ରଞ୍ଜିତ ମହାନ୍ତି ପ୍ରମୁଖ ଉପସ୍ଥିତ ରହି ସହଯୋଗ କରିଥିଲେ ।

About Author

indadmin

indadmin

Related Articles

Archives

Calendar

May 2024
M T W T F S S
 12345
6789101112
13141516171819
20212223242526
2728293031