Indus Valley Times

ବୟୋଜ୍ୟେଷ୍ଠଙ୍କ ଅଧିକାର ପାଇଁ ଆଗକୁ ଆସିବ ବିଜେଡି, ୧୬ ଅଗଷ୍ଟରୁ ଜନଜାଗରଣ ଅଭିଯାନ

 Breaking News

ବୟୋଜ୍ୟେଷ୍ଠଙ୍କ ଅଧିକାର ପାଇଁ ଆଗକୁ ଆସିବ ବିଜେଡି, ୧୬ ଅଗଷ୍ଟରୁ ଜନଜାଗରଣ ଅଭିଯାନ

ବୟୋଜ୍ୟେଷ୍ଠଙ୍କ ଅଧିକାର ପାଇଁ ଆଗକୁ ଆସିବ ବିଜେଡି, ୧୬ ଅଗଷ୍ଟରୁ ଜନଜାଗରଣ ଅଭିଯାନ
August 12
17:50 2024

ଭୁବନେଶ୍ୱର,୧୨/୮: ଭାଜପାର ନିର୍ବାଚନୀ ପ୍ରତିଶ୍ରୁତି ନେଇ ବିଜେଡି ସୁପ୍ରିମୋ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଟାର୍ଗେଟ୍ କରିଛନ୍ତି। ଟୁଇଟ୍ କରି ନବୀନ କହିଛନ୍ତି, ୩ ହଜାରରୁ ୩୫୦୦ ଭତ୍ତା ବୃଦ୍ଧି ପାଇଁ ପ୍ରତିଶ୍ରୁତି ଦିଆଯାଇଥିଲା।
ଏଥିରେ ବୟସ୍କ, ଭିନ୍ନକ୍ଷମ, ବିଧବା ତଥା ନିରାଶ୍ରୟମାନେ ସାମିଲ ଥିଲେ। ହେଲେ ବଜେଟରେ କୁହାଯାଉଛି ଯେ କେବଳ ୮୦ ବର୍ଷ ବୟସରୁ ଅଧିକ ବୟସ୍କ ଏବଂ ୮୦% ଅକ୍ଷମତା ଥିବା ଭିନ୍ନକ୍ଷମ ଏହି ବର୍ଦ୍ଧିତ ଭତ୍ତା ପାଇବେ। ୪୫,୦୦୦ କୋଟି ଟଙ୍କାର ଋଣ ନେଇ ମଧ୍ୟ ଘୋଷଣା ପାଳନ କରାଯାଉନାହିଁ।
ଏଥିରୁ ପୁରା ସ୍ପଷ୍ଟ ହେଉଛି, ଭାଜପାର ପ୍ରତିଶ୍ରୁତି ପାଣିର ଗାର ପାଲଟିଛି। ଭତ୍ତାଧାରୀ ବୟସ୍କ ତଥା ସମସ୍ତ ଓଡ଼ିଶାବାସୀଙ୍କ ସହ ପ୍ରତାରଣା ହୋଇଛି। ଏପରି ପ୍ରତାରଣା ଲୋକଙ୍କ ଭିତରେ ଜନ ଅସନ୍ତୋଷ ବଢ଼ାଇଛି।
ଏନେଇ ୧୬ ଅଗଷ୍ଟରୁ ବିଜେଡି ଜନଜାଗରଣ ଅଭିଯାନ ଆରମ୍ଭ କରିବାକୁ ଯାଉଛି। ପ୍ରତି ପଞ୍ଚାୟତରେ ଏନେଇ ସଚେତନତା କାର‌୍ୟ୍ୟକ୍ରମ କରାଯିବ। ବୟୋଜ୍ୟେଷ୍ଠଙ୍କ ଅଧିକାର ପାଇଁ ବିଜେଡି ଆଗକୁ ବାହାରିବ। ପ୍ରତିଟି କର୍ମୀ ତଥା ସଚେତନ ନାଗରିକ ଏଥିରେ ସାମିଲ ହୋଇ ଲୋକଙ୍କୁ ଭାଜପାର ପ୍ରତାରଣା ବିଷୟରେ ଜାଗ୍ରତ କରିବେ।
ମୁଁ ଆଶା କରୁଛି, ଭାଜପା ଓଡ଼ିଶାର ଲୋକଙ୍କୁ ଭୁଆଁ ନ ବୁଲେଇ, ପ୍ରଦାନ କରିଥିବା ପ୍ରତିଶ୍ରୁତି ପାଳନ କରିବ। ଭାଜପା ନିଜ ପ୍ରତିଶ୍ରୁତି ପୂରଣ ନ କରିବା ପର‌୍ୟ୍ୟନ୍ତ ଓଡ଼ିଶାବାସୀଙ୍କ ନିକଟରେ ଏହାକୁ ପହଞ୍ଚାଇବା ପାଇଁ ବିଜେଡି ସର୍ବଦା ନିଜର ଅଭିଯାନ ଜାରି ରଖିବ ବୋଲି ନବୀନ ଟୁଇଟରେ କହିଛନ୍ତି।

About Author

indadmin

indadmin

Related Articles

Archives

Calendar

October 2026
M T W T F S S
 1234
567891011
12131415161718
19202122232425
262728293031