Legatus

ଭର୍ଚୁଆଲ ମୋଡରେ ଜଟଣୀରେ ହସ୍ପିଟାଲ ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ

 Breaking News

ଭର୍ଚୁଆଲ ମୋଡରେ ଜଟଣୀରେ ହସ୍ପିଟାଲ ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ

May 11
18:24 2023

ଖୋର୍ଦ୍ଧା,୧୧/୫: ଜଟଣୀରେ ହେବ କ୍ୟାନ୍ସର ହସ୍ପିଟାଲ୍। ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭିଡିଓ କନଫରେନସିଂରେ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତିା ଏଠି କ୍ୟାନ୍ସର ରୋଗୀଙ୍କ ଉତ୍ତମ ଚିକିତ୍ସା ଓ ନିରାକରଣ ଦିଗରେ କାର୍ଯ୍ୟ ହେବ।
୨୦୦ ଶହ ବେଡ୍ ବିଶିଷ୍ଠ ଏହି ହସ୍ପିଟାଲ ମୋଟ ୬୫୦ କୋଟି ଟଙ୍କା ବିନିଯୋଗରେ ନିର୍ମାଣ ହେବ। କେନ୍ଦ୍ର ଆଟୋମିକ୍ ଏନର୍ଜି ମୋଟ ବ୍ୟୟ ଅଟକଳର ୪୦୦ କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ ଓ ଟାଟା ଟ୍ରଷ୍ଟ ୨୫୦ କୋଟି ଟଙ୍କା ବ୍ୟୟ କରିବ। ଓଡ଼ିଶା ସରକାରଙ୍କ ପକ୍ଷରୁ ଏହି ହସ୍ପିଟାଲ କରିବା ନିମନ୍ତେ ୪୨ ଏକର ଜମି ଓ ଆବଶ୍ୟକ ଅନ୍ୟ ସହାୟତା କରାଯାଉଛି।
ପୂର୍ବରୁ ଏହି ହସ୍ପିଟାଲ୍ ପାଇଁ ରାଜ୍ୟ ସରକାର ସହ ଟାଟା ଚୁକ୍ତି ସ୍ୱାକ୍ଷର କରିଛିା ଏବେ କେନ୍ଦ୍ର ସରକାରଙ୍କ ପକ୍ଷରୁ ୧୯ଟି ରାଜ୍ୟରେ ନୂଆ କ୍ୟାନ୍ସର ହସ୍ପିଟାଲ୍ ନିର୍ମାଣ ନେଇ ପ୍ରକ୍ରିୟା ଆରମ୍ଭ ହୋଇଛିା

About Author

indadmin

indadmin

Related Articles

Archives

Calendar

March 2025
M T W T F S S
 12
3456789
10111213141516
17181920212223
24252627282930
31