Indus Valley Times

ଭାରସାମ୍ୟ ହରାଇ ଓଲଟିଲା ୧୦୮ ଆମ୍ବୁଲାନ୍ସ, ଡ୍ରାଇଭର ଆହତ

 Breaking News

ଭାରସାମ୍ୟ ହରାଇ ଓଲଟିଲା ୧୦୮ ଆମ୍ବୁଲାନ୍ସ, ଡ୍ରାଇଭର ଆହତ

December 28
21:02 2021

ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟ
ବାଲିଗୁଡା, ୨୮/୧୨ : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ. ନୂଆଗାଁ ବ୍ଲକ ର ସାରଙ୍ଗଗଡ଼ ନୂଆଗାଁ ଛକରେ ଭାରସାମ୍ୟ ହରାଇ ଓଲଟିଲା ୧୦୮ ଆମ୍ବୁଲାନ୍ସ। ରୋଗୀଙ୍କୁ ଫୁଲବାଣୀ ସଦର ମହକୁମା ଡାକ୍ତରଖାନାରେ ଛାଡି କ.ନୂଆଗାଁ ମେଡ଼ିକାଲକୁ ଫେରୁଥିଲା ବେଳେ ଘଟିଲା ଦୁର୍ଘଟଣା। ଫଳରେ ଡ୍ରାଇଭର ଆହତ ହୋଇଛନ୍ତି ।
ସ୍ଥାନୀୟଲୋକ ଡ୍ରାଇଭରଙ୍କୁ ଉଦ୍ଧାର କରି ମେଡିକାଲରେ ଭର୍ତ୍ତି କରିଛନ୍ତି ।ଅନ୍ୟ ୨ କର୍ମଚାରୀ ସୁରକ୍ଷିତ ଥିବା ଜଣାପଡ଼ିଛି। ଘଟଣାସ୍ଥଳରେ ସାରଙ୍ଗଗଡ଼ ପୋଲିସ ପହଞ୍ଚି ଗାଡ଼ି ଜବତ କରିବା ସହ ତଦନ୍ତ ଆରମ୍ଭ କରିଛି। ସୂଚନା ମୁତାବକ, ମଙ୍ଗଳବାର ସକାଳେ ଏକ ୧୦୮ ଆମ୍ବୁଲାନ୍ସ (ଓଡ଼ି-୦୨ ବିଜେ ୦୮୮୫) ନୂଆଗାଁ ଛକରେ ଭାରସାମ୍ୟ ହରାଇ ରାସ୍ତା କଡ଼କୁ ଓଲଟି ପଡ଼ିଛି। ଦୁର୍ଘଟଣା ଡ୍ରାଇଭର ଆହତ ହୋଇଥିବା ବେଳେ ଅନ୍ୟ ୨ କର୍ମଚାରୀ ସୁରକ୍ଷିତ ଥିବା ଜଣାପଡ଼ିଛି। ଦୁର୍ଘଟଣା ବେଳେ ଅମ୍ବୁଲାନ୍ସରେ କେହି ରୋଗୀ ନଥିବା ଜଣାପଡ଼ିଛି। ଆହତ ଡ୍ରାଇଭରଙ୍କୁ ଉଦ୍ଧାର କରି ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ଜଣାପଡ଼ିଛି।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031