Indus Valley Times

ଭିଜିଲାନ୍ସ ଜାଲରେ କନିଷ୍ଠ ଯନ୍ତ୍ରୀ; ୭ଟି ସ୍ଥାନରେ ଚଢ଼ାଉ

 Breaking News

ଭିଜିଲାନ୍ସ ଜାଲରେ କନିଷ୍ଠ ଯନ୍ତ୍ରୀ; ୭ଟି ସ୍ଥାନରେ ଚଢ଼ାଉ

January 30
12:02 2024

ଭୁବନେଶ୍ୱର, ୩୦/୧: ଭିଜିଲାନ୍ସ ଜାଲରେ କନିଷ୍ଠ ଯନ୍ତ୍ରୀ । ମାଲକାନଗିରିରେ ଜଳସମ୍ପଦ ବିଭାଗର କନିଷ୍ଠ ଯନ୍ତ୍ରୀ ସଂଜୟ ମହାନ୍ତିଙ୍କ ଘର ଓ କାର୍ଯ୍ୟାଳୟରେ ଏକକାଳୀନ ଚଢ଼ାଉ ହୋଇଛି ।
ଚଢ଼ାଉ ବେଳେ ଭଡ଼ା ଘରୁ ୧ଲକ୍ଷ ୧୫ହଜାର ଟଙ୍କା ନଗଦ ଜବତ କରିଛି ଭିଜିଲାନ୍ସ । ଏହାସହ ଗୋଟିଏ କାର ଓ ବାଇକ ବି ଜବତ ହୋଇଛି । ଆୟ ବର୍ହିଭୂତ ସମ୍ପତି ଠୁଳ ଅଭିଯୋଗରେ ଭିଜିଲାନ୍ସ ୭ଟି ସ୍ଥାନରେ ଚଢ଼ାଉ କରୁଛି ।
ମାଲକାନଗିରିର ଭଡ଼ାଘର ଓ କାର୍ଯ୍ୟାଳୟ ସମେତ ବାଲେଶ୍ୱର, ଜଳେଶ୍ୱର ଓ ଭୁବନେଶ୍ୱରରେ ଚଢ଼ାଉ ଚାଲିଛି । ଏହି ଚଢ଼ାଉରେ ଜଣେ ଅତିରିକ୍ତ ଏସପିଙ୍କ ସହ ୩ ଜଣ ଡ଼ିଏସପି, ୮ ଜଣ ଇନ୍ସପେକ୍ଟର, ୮ ଜଣ ଏସଆଇ ସାମିଲ ଅଛନ୍ତି । ବର୍ତ୍ତମାନ ବାଲେଶ୍ୱର ଜଳେଶ୍ୱରରେ ଥିବା ୩ ମହଲା କୋଠା, ଭୁବନେଶ୍ୱର ରଘୁନାଥପୁରରେ ଥିବା ଫ୍ଲାଟ, ପୋଖରୀପୁଟରେ ଥିବା ସମ୍ପର୍କୀୟଙ୍କ ଘର ପ୍ରମୁଖ ସ୍ଥାନରେ ଚଢ଼ାଉ ଚାଲିଛି ।

About Author

indadmin

indadmin

Related Articles

Archives

Calendar

June 2024
M T W T F S S
 12
3456789
10111213141516
17181920212223
24252627282930