Indus Valley Times

ଭିଜିଲାନ୍ସ ଜାଲରେ ଘରୋଇ ଇଞ୍ଜିନିୟରିଂ କଲେଜର ଆସିଷ୍ଟାଣ୍ଟ ପ୍ରଫେସର ପ୍ରସନ୍ନ କୁମାର ମିଶ୍ର

 Breaking News

ଭିଜିଲାନ୍ସ ଜାଲରେ ଘରୋଇ ଇଞ୍ଜିନିୟରିଂ କଲେଜର ଆସିଷ୍ଟାଣ୍ଟ ପ୍ରଫେସର ପ୍ରସନ୍ନ କୁମାର ମିଶ୍ର

November 23
10:30 2020

ଭୁବନେଶ୍ବର ୨୪।୧୧: ଭୁବନେଶ୍ବର ଘାଟିକିଆ ସ୍ଥିତ ଘରୋଇ ଇଞ୍ଜିନିୟରିଂ କଲେଜର ଆସିଷ୍ଟାଣ୍ଟ ପ୍ରଫେସର ପ୍ରସନ୍ନ କୁମାର ମିଶ୍ର ଭିଜିଲାନ୍ସ ହାତରେ ଧରାପଡିଛନ୍ତି । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭୁବନେଶ୍ବର ଭିଜିଲାନ୍ସ ଟିମ୍ ପକ୍ଷରୁ ତାଙ୍କ ଘରେ ଚଢାଉ କରାଯାଇଛି ।
ଭୁବନେଶ୍ବର ଖଣ୍ଡଗିରି ବାରୀ ସ୍ଥିତ ବାସଭବନ ପ୍ଲଟ୍ ନଂ-୧୨୧୫/୧୪୦୦ବିରେ ଭିଜିଲାନ୍ସ ଟିମ୍ ପକ୍ଷରୁ ରେଡ୍ ଚାଲିଛି । ବହୁ ଗୁରୁତ୍ବପୂର୍ଣ୍ଣ କାଗଜପତ୍ର ଜବତ ହୋଇଛି । ସେଗୁଡିକର ଛାନଭିନ୍ କରୁଛନ୍ତି ଭିଜିଲାନ୍ସ ଅଧିକାରୀ । ତାଙ୍କର ଏକାଧିକ ବ୍ୟାଙ୍କରେ ଆକାଉଣ୍ଟ ରହିଥିବା ଜଣାପଡିଛି । ତେବେ ମୋଟ୍ କେତେ ଟଙ୍କା ରହିଛି ତାହା ଏପର‌୍ୟ୍ୟନ୍ତ ସ୍ପଷ୍ଟ ହୋଇନାହିଁ ।

About Author

indadmin

indadmin

Related Articles

Archives

Calendar

May 2024
M T W T F S S
 12345
6789101112
13141516171819
20212223242526
2728293031