Indus Valley Times

ଭିଜିଲାନ୍ସ ପଞ୍ଝାରେ ରେଞ୍ଜର, ଏକାସାଙ୍ଗେ ବିଭିନ୍ନ ସ୍ଥାନରେ ରେଡ୍

 Breaking News

ଭିଜିଲାନ୍ସ ପଞ୍ଝାରେ ରେଞ୍ଜର, ଏକାସାଙ୍ଗେ ବିଭିନ୍ନ ସ୍ଥାନରେ ରେଡ୍

ଭିଜିଲାନ୍ସ ପଞ୍ଝାରେ ରେଞ୍ଜର, ଏକାସାଙ୍ଗେ ବିଭିନ୍ନ ସ୍ଥାନରେ ରେଡ୍
December 21
12:04 2022

ଭବାନୀପାଟଣା,୨୧/୧୨: ଭିଜିଲାନ୍ସ ଜାଲରେ କେ.ଗାଁ ଫରେଷ୍ଟ ରେଞ୍ଜ ଅଫିସର୍ କେଶବ ମାଝୀ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କେ.ଗାଁ ଫରେଷ୍ଟ ରେଞ୍ଜ ଅଫିସର୍ କେଶବ ମାଝୀଙ୍କ ଘର ସମେତ ୪ଟି ସ୍ଥାନରେ ଭିଜିଲାନ୍ସ ଚଢ଼ାଉ ଜାରି ରହିଛି। କଳାହାଣ୍ଡି ଜିଲ୍ଲାର ୪ଟି ସ୍ଥାନରେ ଏକକାଳୀନ ଚଢ଼ାଉ ଚାଲିଛି।
ସୂଚନା ଅନୁଯାୟୀ, କେସିଙ୍ଗା ସହରର ଓମ୍ ନଗରରେ ଅବସ୍ଥିତ ଶ୍ରୀ ମାଝୀଙ୍କ ତିନି ମହଲା ଘର, କେସିଙ୍ଗା ଥାନା ଅନ୍ତର୍ଗତ ବ୍ରାହ୍ମଣୀରେ ଥିବା ବାସଭବନ, କେଗାଁରେ ଥିବା ସରକାରୀ କ୍ବାର୍ଟର୍ ଓ ଅଫିସ୍ ଚାମ୍ବରରେ ଏକକାଳୀନ ଚଢ଼ାଉ କରୁଛି ଭିଜିଲାନ୍ସ ଟିମ୍। ଭବାନୀପାଟଣାର ସ୍ବତନ୍ତ୍ର ଭିଜିଲାନ୍ସ ଜଜଙ୍କ ନିର୍ଦେଶକ୍ରମେ ଏହି ଚଢ଼ାଉ କରାଯାଉଛି।
ଏହି ଚଢ଼ାଉରେ ୫ ଡିଏସପି, ୬ ଜଣ ଇନ୍ସପେକ୍ଟର ଏବଂ ଅନ୍ୟ କର୍ମଚାରୀମାନେ ନିୟୋଜିତ ଅଛନ୍ତି। ଏନେଇ ପରବର୍ତ୍ତୀ ରିପୋର୍ଟକୁ ଅପେକ୍ଷା କରାଯାଇଛି।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031