Indus Valley Times

ମଙ୍କିପକ୍ସକୁ ନେଇ ସ୍ୱାସ୍ଥ୍ୟ ନିର୍ଦ୍ଦେଶକଙ୍କ ଦୃଢୋକ୍ତି: କହିଲେ ଡରନି, କିନ୍ତୁ ଡାଇରେକ୍ଟ କଣ୍ଟାକ୍ଟ ଏଡାଅ

 Breaking News

ମଙ୍କିପକ୍ସକୁ ନେଇ ସ୍ୱାସ୍ଥ୍ୟ ନିର୍ଦ୍ଦେଶକଙ୍କ ଦୃଢୋକ୍ତି: କହିଲେ ଡରନି, କିନ୍ତୁ ଡାଇରେକ୍ଟ କଣ୍ଟାକ୍ଟ ଏଡାଅ

ମଙ୍କିପକ୍ସକୁ ନେଇ ସ୍ୱାସ୍ଥ୍ୟ ନିର୍ଦ୍ଦେଶକଙ୍କ ଦୃଢୋକ୍ତି: କହିଲେ ଡରନି, କିନ୍ତୁ ଡାଇରେକ୍ଟ କଣ୍ଟାକ୍ଟ ଏଡାଅ
September 09
16:37 2024

ଭୁବନେଶ୍ବର, ୯/୯ : ମଙ୍କି ପକ୍ସକୁ ନେଇ ସ୍ୱାସ୍ଥ୍ୟ ନିର୍ଦେଶକ ଡାକ୍ତର ବିଜୟ କୁମାର ମହାପାତ୍ର ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ମଙ୍କି ପକ୍ସ୍ କୁ ନେଇ ବିଭାଗ ସମ୍ପୂର୍ଣ୍ଣ ପ୍ରସ୍ତୁତ ଅଛି। ଇଣ୍ଟରନ୍ୟାସନାଲ ଟ୍ରାଭେଲ ହିଷ୍ଟ୍ରି, ପ୍ରଭାବିତ ଅଞ୍ଚଳରୁ ଯେଉଁମାନେ ବୁଲି ଆସିଛନ୍ତି, ଭାରତ ସରକାରଙ୍କ ତରଫରୁ ସେମାନଙ୍କୁ ଆଇସୋଲେଟ କରି ରଖାଯାଇଛି। ରବିବାର ଦିନ ଜଣେ ବ୍ୟକ୍ତିଙ୍କୁ ଆଇସୋଲେଟ କରି ରଖାଯାଇଛି। ଇଣ୍ଟରନ୍ୟାସନାଲ ଏୟାରପୋର୍ଟରେ ଚେକିଂ କଡ଼ାକଡ଼ି ହେଉଛି। ଭାରତରେ ଏ ଯାଏ ସେହିଭଳି କୌଣସି ରୋଗୀ ଚିହ୍ନଟ ହୋଇ ନାହାନ୍ତି।
ଗତକାଲି ଜଣେ ମଙ୍କିପକ୍ସ ସନ୍ଦିଗ୍ଧ ଚିହ୍ନଟ ହେବା ପରେ ସତର୍କତା ଜାରି କରିଛନ୍ତି କେନ୍ଦ୍ର ସରକାର। ସ୍କ୍ରିନିଂ, ଟେଷ୍ଟିଂ ସହ ବେଡ୍ ପ୍ରସ୍ତୁତ ରଖିବାକୁ ପରାମର୍ଶ ଦିଆଯାଇଛି। ଏନେଇ ସମସ୍ତ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳକୁ ଚିଠି ଲେଖି ସୂଚନା ଦେଇଛି ସ୍ୱାସ୍ଥ୍ୟ ବିଭାଗ।
କେନ୍ଦ୍ର ସ୍ୱାସ୍ଥ୍ୟ ବିଭାଗ କହିଛି ଯେ, ସନ୍ଦିଗ୍ଧ Mpox ବା ମଙ୍କିପକ୍ସ ରୋଗୀଙ୍କ ସ୍କ୍ରିନିଂ ଏବଂ ଟେଷ୍ଟିଂ ସହ ପଜିଟିଭ ଚିହ୍ନଟ ହେଉଥିବା ବ୍ୟକ୍ତିଙ୍କୁ ଆଇସେଲୋଟେ ଅର୍ଥାତ୍ ପୃଥକ ସ୍ଥାନରେ ରଖିବାକୁ ବ୍ୟବସ୍ଥା କରନ୍ତୁ। ମୃତ୍ୟୁ ଆଶଙ୍କା କିମ୍ବା ସଂକ୍ରମଣକୁ ରୋକିବା ଉଦ୍ଦେଶ୍ୟରେ ସତର୍କତା ଜାରି କରାଯାଇଛି।
ଏଥିସହ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଅଯଥା ଭୟକୁ ରୋକିବା ପାଇଁ ମଧ୍ୟ ପରାମର୍ଶ ଦିଆଯାଇଛି।
ପ୍ରକାଶ ଥାଉକି, ଗତକାଲି ଜଣେ ଯୁବକ ମଙ୍କିପକ୍ସ ସନ୍ଦିଗ୍ଧ ଚିହ୍ନଟ ହୋଇଛନ୍ତି। ତାଙ୍କ ଶରୀରରେ ମଙ୍କିପକ୍ସର ବିଭିନ୍ନ ଲକ୍ଷଣ ଦେଖାଯିବାରୁ ସାମ୍ପଲ୍ ଟେଷ୍ଟ ପାଇଁ ନମୂନା ପଠାଯାଇଛି। ସେ ମଙ୍କିପକ୍ସ ସଂକ୍ରମିତ ଦେଶରୁ ଫେରିଥିଲେ। ତେଣୁ ଆଜି ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସମସ୍ତ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ସରକାରଙ୍କୁ ଆଗୁଆ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି
ଅଗଷ୍ଟ ୧୪ରେ ମଙ୍କିପକ୍ସକୁ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ (WHO) ହେଲଥ ଏମର୍ଜେନ୍ସି ଘୋଷଣା କରିଥିଲେ। ପାଖାପାଖି ୧୭ଟି ଦେଶକୁ ମଙ୍କିପକ୍ସ ବିସ୍ତାର କରିସାରିଛି। କିନ୍ତୁ ଜୁଲାଇରେ ନୂଆ ଭାରିଆଣ୍ଟ ‘କ୍ଲେଡ୍ ୧ବି\’ ଚିହ୍ନଟ ହେବା ପରେ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ଏହାକୁ ହେଲଥ ଏମର୍ଜେନ୍ସି ରୂପେ ଘୋଷଣା କରିଛି। ବର୍ତ୍ତମାନ ସୁଦ୍ଧା ବୁରୁଣ୍ଡି, କେନିଆ, ରୁୱାଣ୍ଡା ଏବଂ ଉଗାଣ୍ଡାରେ ମଙ୍କିପକ୍ସର ନୂଆ ଷ୍ଟ୍ରେନରେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

About Author

indadmin

indadmin

Related Articles

Archives

Calendar

July 2026
M T W T F S S
 12345
6789101112
13141516171819
20212223242526
2728293031