Indus Valley Times

ମନ୍ତ୍ରୀଙ୍କୁ ଘାରିଛି ଛତୁଆ ଚିନ୍ତା, ଆଗକୁ ମାଣ୍ଡିଆ ନେଇପାରେ ସ୍ଥାନ

 Breaking News

ମନ୍ତ୍ରୀଙ୍କୁ ଘାରିଛି ଛତୁଆ ଚିନ୍ତା, ଆଗକୁ ମାଣ୍ଡିଆ ନେଇପାରେ ସ୍ଥାନ

ମନ୍ତ୍ରୀଙ୍କୁ ଘାରିଛି ଛତୁଆ ଚିନ୍ତା, ଆଗକୁ ମାଣ୍ଡିଆ ନେଇପାରେ ସ୍ଥାନ
September 30
18:44 2024

ଭୁବନେଶ୍ୱର,୩୦/୯: ମନ୍ତ୍ରୀଙ୍କୁ ଘାରିଲାଣିି ଛତୁଆ ଚିନ୍ତା । ଆଗକୁ ମାଣ୍ଡିଆ ନେଇପାରେ ଛତୁଆରେ ଜାଗା । ଖରାପ ମାନର ଛତୁଆକୁ ନେଇ ଉଦ୍‌ବେଗ ପ୍ରକାଶ କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ।
ଉପମୁଖ୍ୟମନ୍ତ୍ରୀ କହିଛନ୍ତି, ଆଗକୁ ଛତୁଆ ବଦଳରେ ମାଣ୍ଡିଆ ଦେବା ପାଇଁ ଚିନ୍ତା କରୁଛି ବିଭାଗ । ସବୁଆଡେ ଛତୁଆ ନୁହଁ, ଆଞ୍ଚଳିକ ଆବଶ୍ୟକତା ଅନୁଯାୟୀ, ପିଲାଙ୍କୁ ଖାଦ୍ୟ ଦିଆଯିବ ।
ଖାସ କରି ଖରାପ ଛତୁଆ ବିଭାଗ ପାଇଁ ସାଜିଛି ମୁଣ୍ଡବ୍ୟଥାର କାରଣ । ଖରାପ ଛତୁଆକୁ ନେଇ ବିଭାଗ ନିନ୍ଦା ସହୁଛି । ପୃଷ୍ଟିକର ଛତୁଆ କେମିତି ତିଆରି ହେବ । ସେନେଇ ବିଭାଗ ଆଲୋଚନା କରୁଛି ।
ଖୁବଶୀଘ୍ର ଏଦିଗରେ କିପରି ପଦକ୍ଷେପ ନିଆଯିବ । ସେନେଇ ମଧ୍ୟ ଆଲୋଚନା ଚାଲିଛି । ଅପପୃଷ୍ଟି ମୁକ୍ତ ଓଡିଶା ଗଠନ କରିବାକୁ ବିଭାଗ ପ୍ରତିଶୃତିବଦ୍ଧ ବୋଲି ପ୍ରଭାତୀ କହିଛନ୍ତି।

About Author

indadmin

indadmin

Related Articles

Archives

Calendar

September 2024
M T W T F S S
 1
2345678
9101112131415
16171819202122
23242526272829
30