Indus Valley Times

ମହାନଦୀ ଡଙ୍ଗା ବୁଡି : ମିଳିଲା ନିଖୋଜ ସମସ୍ତ ୮ ଜଣଙ୍କ ମୃତଦେହ

 Breaking News

ମହାନଦୀ ଡଙ୍ଗା ବୁଡି : ମିଳିଲା ନିଖୋଜ ସମସ୍ତ ୮ ଜଣଙ୍କ ମୃତଦେହ

ମହାନଦୀ ଡଙ୍ଗା ବୁଡି : ମିଳିଲା ନିଖୋଜ ସମସ୍ତ ୮ ଜଣଙ୍କ ମୃତଦେହ
April 20
18:03 2024

ଝାରସୁଗୁଡା,୨୦/୪: ମହାନଦୀ ଡଙ୍ଗାବୁଡି ଘଟଣାରେ ଆଉ ଜଣେ ମହିଳାଙ୍କ ମୃତଦେହ ଉଦ୍ଧାର ହୋଇଛି। ଏହାକୁ ମିଶାଇ ମୋଟ ୮ ଜଣଙ୍କ ମୃତଦେହ ଉଦ୍ଧାର ହୋଇଛି। ଆଜି ସକାଳୁ ୬ ଜଣଙ୍କ ମୃତଦେହ ଉଦ୍ଧାର ହୋଇଥିଲା। ମୃତକଙ୍କ ମଧ୍ୟରେ ୫ ମହିଳା ଓ ୩ ନାବାଳକ ଥିବା ସୂଚନା ମିଳିଛି।
ପୋଲିସ ଓ ଅଗ୍ନିଶମ ବାହିନୀ ଗତକାଲି ଠାରୁ ଉଦ୍ଧାର କାର‌୍ୟ୍ୟ ଜାରି ରଖିଛନ୍ତି। ତେବେ ଆଜି ସକାଳୁ ଆଉ ୬ ଜଣଙ୍କ ମୃତଦେହ ଉଦ୍ଧାର ହୋଇଥିବାବେଳେ ବର୍ତ୍ତମାନ ମୃତକଙ୍କ ସଂଖ୍ୟା ୮ରେ ପହଞ୍ଚିଛି।
ସୂଚନା ଅନୁଯାୟୀ, ସୀମାନ୍ତ ଛତିଶଗଡ କୋରବା ଜିଲା ଟପରା ଗାଁର ୬୦ ଜଣ ଲୋକ ବରଗଡ ଜିଲା ବାଞ୍ଜିପାଲିସ୍ଥିତ ପଥରସେଣୀ ମନ୍ଦିରକୁ ଯାଇଥିଲେ। ସେଠାରେ ସେମାନେ ମାନସିକ ସାରି ଫେରିବା ବେଳେ ଶରଧା ଘାଟରୁ ପ୍ରାୟ ୧କିମି ଦୂରରେ ଡଙ୍ଗାଟି ଓଲଟି ପଡିଥିଲା। ଡଙ୍ଗାର ଉଭୟ ପାଶର୍ବରେ ବସିଥିବା ଲୋକେ ପହଁରିବାକୁ ଉଦ୍ୟମ କରିଥିବା ବେଳେ ସ୍ଥାନୟୀ ମତ୍ସ୍ୟଜୀବୀମାନଙ୍କ ଦ୍ବାରା ଉଦ୍ଧାର ହୋଇଥିଲେ।

About Author

indadmin

indadmin

Related Articles

Archives

Calendar

May 2024
M T W T F S S
 12345
6789101112
13141516171819
20212223242526
2728293031