Indus Valley Times

ମହିଳା ସରକାରୀ କର୍ମଚାରୀଙ୍କ ମାତୃତ୍ୱ ଛୁଟି ଦ୍ୱନ୍ଦ୍ୱ ଦୂରହେଲା, ୧୮୦ଦିନର ଛୁଟି ପାଇଁ ନିର୍ଦ୍ଦିଷ୍ଟ ନିୟମ ସ୍ଥିରୀକୃତ

 Breaking News

ମହିଳା ସରକାରୀ କର୍ମଚାରୀଙ୍କ ମାତୃତ୍ୱ ଛୁଟି ଦ୍ୱନ୍ଦ୍ୱ ଦୂରହେଲା, ୧୮୦ଦିନର ଛୁଟି ପାଇଁ ନିର୍ଦ୍ଦିଷ୍ଟ ନିୟମ ସ୍ଥିରୀକୃତ

ମହିଳା ସରକାରୀ କର୍ମଚାରୀଙ୍କ ମାତୃତ୍ୱ ଛୁଟି ଦ୍ୱନ୍ଦ୍ୱ ଦୂରହେଲା, ୧୮୦ଦିନର ଛୁଟି ପାଇଁ ନିର୍ଦ୍ଦିଷ୍ଟ ନିୟମ ସ୍ଥିରୀକୃତ
May 21
14:41 2025

ଭୁବନେଶ୍ୱର,୨୧/୫: ଜଣେ ମହିଳା ସରକାରୀ କର୍ମଚାରୀ ଦୁଇଟିରୁ କମ୍ ଜୀବିତ ପିଲାଙ୍କ ପାଇଁ ମାତୃତ୍ୱ ସମୟରେ ୧୮୦ ଦିନ ପର୍ଯ୍ୟନ୍ତ ଛୁଟି ପାଇବାର ନିୟମ ରହିଛି। କିନ୍ତୁ ମାତୃ ଛୁଟି କେଉଁ ଅବଧି ଭିତରେ ନିଆଯାଇପାରିବ, ସେ ବିଷୟରେ କିଛିଟା ଦ୍ୱନ୍ଦ୍ବ ଥିଲା।
ଏବେ ସେହି ଦ୍ୱନ୍ଦ୍ୱ ଦୂର ହୋଇଛି। ମହିଳା ସରକାରୀ କର୍ମଚାରୀମାନେ ମାତୃତ୍ୱ ସମୟରେ ୧୮୦ ଦିନର ଛୁଟି କେଉଁ ପରିସ୍ଥିତିରେ କିପରି ନେବେ, ସେ ସମ୍ପର୍କରେ ନିର୍ଦ୍ଦିଷ୍ଟ ନିୟମ ସ୍ଥିର କରିଛନ୍ତି ସରକାର।
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏ ସମ୍ପର୍କିତ ପ୍ରସ୍ତାବକୁ ଅନୁମୋଦନ ଦେଇଛନ୍ତି। ଏହା ଦ୍ୱାରା ମହିଳା ସରକାରୀ କର୍ମଚାରୀମାନେ ମାତୃତ୍ୱ କ୍ଷେତ୍ରରେ ଛୁଟି ପାଇବାରେ ଯେଉଁ ସମସ୍ୟାର ସମ୍ମୁଖୀନ ହେଉଥିଲେ ତାହା ଦୂର ହୋଇଛି।
ଏହା ସହିତ, ଜଣେ ମହିଳା ସରକାରୀ କର୍ମଚାରୀ ଶିଶୁ ଜନ୍ମ ସମୟରେ ସରକାରୀ ସେବାରେ ନ ଥାଇ, ପରବର୍ତ୍ତୀ ସମୟରେ ସେବାରେ ଯୋଗ ଦେବା ପରେ, ମାତୃତ୍ୱ ଛୁଟି ଉପଲବ୍ଧ କରିବା ଉପରେ ମଧ୍ୟ ଦ୍ୱନ୍ଦ୍ବ ଥିଲା । ସେ ସମସ୍ୟା ମଧ୍ୟ ଦୂର ହୋଇ ପାରିଛି। ଏହା ସହିତ ଗର୍ଭପାତ, ଜନ୍ମିତ ଶିଶୁର ମୃତ୍ୟୁ ଓ ମୃତ ଶିଶୁ ଜନ୍ମ କ୍ଷେତ୍ରରେ ମଧ୍ୟ ଛୁଟି ନେବାର ନିର୍ଦ୍ଦିଷ୍ଟ ନିୟମ କରାଯାଇଛି।
ନୂତନ ନିଷ୍ପତ୍ତି ଅନୁଯାୟୀ, ସମ୍ଭାବ୍ୟ ପ୍ରସବ ତାରିଖର (Expected Delivery Date) ତିନି ମାସ ପୂର୍ବରୁ ଏବଂ ପ୍ରସବ ତାରିଖର ୬ ମାସ ମଧ୍ୟରେ, ଜଣେ ମହିଳା ସରକାରୀ କର୍ମଚାରୀ ୧୮୦ ଦିନର ମାତୃତ୍ୱ ଛୁଟି ନେଇପାରିବେ ।
କିନ୍ତୁ ଜଣେ ମହିଳା ସରକାରୀ କର୍ମଚାରୀ ଯିଏ ଶିଶୁ ଜନ୍ମ ସମୟରେ ସରକାରୀ ସେବାରେ ନ ଥିଲେ, ସେ ସରକାରୀ ସେବାରେ ଯୋଗ ଦେବା ପରେ, ତାଙ୍କର ଶିଶୁକୁ ଛଅ ମାସ ହେବା ପର୍ଯ୍ୟନ୍ତ ମାତୃତ୍ୱ ଛୁଟି ନେଇପାରିବେ। ତେଣୁ ଏହି କ୍ଷେତ୍ରରେ ମାତୃତ୍ୱ ଛୁଟି ୧୮୦ ଦିନରୁ କମ୍ ହେବ।

About Author

indadmin

indadmin

Related Articles

Archives

Calendar

August 2026
M T W T F S S
 12
3456789
10111213141516
17181920212223
24252627282930
31