ମିଳିତ ଜନ ଅଭିଯୋଗ ଶୁଣାଣୀ ଶିବିର ଜିଲ୍ଲା ସଦର ମହକୁମାଠାରେ ଅନୁଷ୍ଠିତ
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟ
ଖୋରଧା, ୨/୩ : ଆଜି ଜିଲ୍ଲାପାଳ ଶ୍ରୀ ଅମ୍ରିତ୍ ଋତୁରାଜ ଏବଂ ଆରକ୍ଷୀ ଅଧିକ୍ଷକ ଶ୍ରୀ ବିବେକାନନ୍ଦ ଶର୍ମାଙ୍କ ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ପୂର୍ବାହ୍ନରେ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଅଛି । ଉକ୍ତ ଜନଶୁଣାଣି ଶିବିରରେ ଅତିରିକ୍ତ ଜିଲ୍ଲାପାଳ, ପ୍ରଶାସନ ଶ୍ରୀ ପ୍ରତାପ ଚନ୍ଦ୍ର ବେଉରା, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ ଶ୍ରୀ ଜ୍ୟୋତି ଶଙ୍କର ସାହୁ , ଉପଜିଲ୍ଲାପାଳ ସଂକଳ୍ପ ସ୍ଵସ୍ତିକ ସାହୁ, ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀ ଡାକ୍ତର ସଞ୍ଜୟ ଚନ୍ଦ୍ର ରାୟ, ପ୍ରମୁଖ ଯୋଗ ଦେଇଥିଲେ । ଜିଲ୍ଲାପାଳ କହିଲେ ଯେ ଜନ ଶୁଣାଣି କାର୍ଯ୍ୟକ୍ରମ ସୁଶାସନ ବ୍ୟବସ୍ଥାର ଏକ ପ୍ରମୁଖ ଅଙ୍ଗ, ଏଣୁ ପ୍ରତ୍ୟେକ ଅଧିକାରୀ ନିଜ କାର୍ଯ୍ୟାଳୟ ଅଧୀନ କୌଣସି ଅଭିଯୋଗର ସମାଧାନକୁ ସ୍ଥଗିତ ନ ରଖି ସମାଧାନ ତ୍ୱରାନ୍ୱିତ କରିବାକୁ ନିର୍ଦେଶ ଦେଇଥିଲେ ।
ସମସ୍ତ ଅଭିଯୋଗ ଗୁଡ଼ିକୁ ସରକାର ଏବଂ ଜିଲ୍ଲା ପ୍ରଶାସନ ନିୟମାନୁସାରେ ସମାଧାନ କରିବାକୁ ନିର୍ଦ୍ଦେଶ ଦେଇଥିଲେ କ୍ଷ ଆଜିର ଅଭିଯୋଗ ଶୁଣାଣିରେ ମୋଟ ୬୮ ଗୋଟି ଅଭିଯୋଗ ଆସିଥିବା ବେଳେ ତନ୍ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ୫୮ ଗୋଟି ଏବଂ ଗ୍ରାମୀଣ ସମସ୍ୟା ଜନିତ ୧୦ ଗୋଟି ଅଭିଯୋଗ ଆସିଥିଲା ।
ଜିଲ୍ଲାପାଳ ତତତ୍କାଳ ୦୯ ଗୋଟି ଅଭିଯୋଗର ସମାଧାନ କରିଥିବା ବେଳେ ଅନ୍ୟ ଅଭିଯୋଗ ଗୁଡ଼ିକୁ ସଂପୃକ୍ତ ବିଭାଗୀୟ ଅଧିକାରୀଙ୍କୁ ଯଥାଶୀଘ୍ର ସମାଧାନ କରିବାକୁ ନିର୍ଦ୍ଦେଶ ଦେଇଥିଲେ ।
ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ଆସିଷ୍ଟାଣ୍ଟ କଲେକ୍ଟର, ଅଭିଯୋଗ ଭୁବନେଶ୍ଵରୀ କଅଁର, ସମସ୍ତ ବି ଡି ଓ, ତହସିଲଦାରଙ୍କ ସମେତ ବିଭିନ୍ନ ବିଭାଗର ଜିଲ୍ଲା ସ୍ତରୀୟ ଅଧିକାରୀ, ବିଭିନ୍ନ ଲାଇନ୍ ଡିପାର୍ଟମେଣ୍ଟ ଅଧିକାରୀ ମାନେ ଯୋଗଦେଇଥିଲେ ।






