Legatus

ମିଳିଲା ‘କାଳିଆ’ ସହାୟତା, ୪୩ ଲକ୍ଷରୁ ଅଧିକ ଚାଷୀଙ୍କୁ ୮୭୭ କୋଟି ପ୍ରଦାନ

 Breaking News

ମିଳିଲା ‘କାଳିଆ’ ସହାୟତା, ୪୩ ଲକ୍ଷରୁ ଅଧିକ ଚାଷୀଙ୍କୁ ୮୭୭ କୋଟି ପ୍ରଦାନ

ମିଳିଲା ‘କାଳିଆ’ ସହାୟତା, ୪୩ ଲକ୍ଷରୁ ଅଧିକ ଚାଷୀଙ୍କୁ ୮୭୭ କୋଟି ପ୍ରଦାନ
April 01
16:22 2023

ଭୁବନେଶ୍ୱର,୧/୪: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଓଡ଼ିଶା ଦିବସ ଅବସରରେ ରାଜ୍ୟର ଚାଷୀମାନଙ୍କୁ କାଳିଆ ସହାୟତା ପ୍ରଦାନ କରିଛନ୍ତି। ଚଳିତ ଖରିଫ ଋତୁରେ ଚାଷ କାମ ପାଇଁ ଏହି ସହାୟତା ଦିଆଯାଇଛି। ଝାରସୁଗୁଡ଼ା ବ୍ୟତୀତ ରାଜ୍ୟର ସବୁ ଅଞ୍ଚଳର କୃଷକମାନେ ଏହି ସହାୟତା ପାଇଛନ୍ତି।
୪୩ ଲକ୍ଷରୁ ଅଧିକ ଚାଷୀ ପରିବାରଙ୍କ ବ୍ୟାଙ୍କ ଆକାଉଣ୍ଟକୁ ମୋଟ ୮୭୭ କୋଟି ଟଙ୍କା ସହାୟତା ପଠାଯାଇଛି। ଏହି ଅବସରରେ ଚାଷୀ ଭାଇମାନଙ୍କୁ ଓଡ଼ିଶା ଦିବସର ଅଭିନନ୍ଦନ ଜଣାଇ ମୁଖ୍ୟମନ୍ତ୍ରୀ କହିଥିଲେ ଚାଷୀଙ୍କ କଲ୍ୟାଣ ସହ ରାଜ୍ୟର ବିକାଶ ଯୋଡିହୋଇ ରହିଛି ।
ତେଣୁ ଆଜିର ଦିନରେ କାଳିଆ ସହାୟତା ପ୍ରଦାନ କରି ଆମେ ନୂଆ ଆର୍ଥିକ ବର୍ଷ ଆରମ୍ଭ କଲୁ। ଓଡ଼ିଶା ଆଜି ଖାଦ୍ୟଶସ୍ୟ ଉତ୍ପାଦନରେ ଆତ୍ମନିର୍ଭର ହେବା ସହିତ ଦେଶର ଖାଦ୍ୟ ଭଣ୍ଡାରକୁ ଅନ୍ନ ଯୋଗାଇ ପାରୁଛି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ ଏହି ଗୌରବର ଶ୍ରେୟ ରାଜ୍ୟର ଲକ୍ଷ ଲକ୍ଷ ଚାଷୀ ଭାଇ ଭଉଣୀମାନଙ୍କୁ ଦେଇଥିଲେ।
ଚାଷର ଉନ୍ନତି ପାଇଁ ରାଜ୍ୟ ସରକାର ଅନେକ ପଦକ୍ଷେପ ନେଇଛନ୍ତି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ ସେମାନଙ୍କୁ କୃଷିରେ ଅଧିକ ମେସିନ ଓ ଆଧୁନିକ ଯନ୍ତ୍ରପାତି ବ୍ୟବହାର କରିବା ପାଇଁ ପରାମର୍ଶ ଦେଇଥିଲେ।
ରାଜ୍ୟରେ ପୁଷ୍ଟିଯୁକ୍ତ ଖାଦ୍ୟର ଉତ୍ପାଦନ ବୃଦ୍ଧି ଓ ଚାଷୀମାନଙ୍କ ରୋଜଗାରରେ ଉନ୍ନତି ପାଇଁ ରାଜ୍ୟ ସରକାର ଅନେକ ଶସ୍ୟ ଭିତ୍ତିକ ମିଶନ କାର‌୍ୟ୍ୟକାରୀ କରୁଛନ୍ତି ବୋଲି ପ୍ରକାଶ କରି ସେ ଚାଷୀମାନଙ୍କୁ ଫସଲ ବିବିଧକରଣ ଉପରେ ଗୁରୁତ୍ଵ ଦେବା ପାଇଁ ପରାମର୍ଶ ଦେଇଥିଲେ।
ଏହି ଅବସରରେ କୃଷି ଓ କୃଷକ ସଶକ୍ତିକରଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ଵାଇଁ କହିଛନ୍ତି ଯେ କାଳିଆ ଯୋଜନା ଚାଷୀମାନଙ୍କୁ ଆତ୍ମନିର୍ଭର କରିଛି। ଚାଷ ପାଇଁ ଧାରଉଧାରରୁ ମୁକ୍ତି ମିଳିବା ସହିତ ଚାଷୀଙ୍କ ମନୋବଳ ବୃଦ୍ଧି ପାଇଛି।
ଏହି ଅବସରରେ ମାଲକାନଗିରିର ଚାଷୀ ଗୋପୀନାଥ ପାଙ୍ଗି, ପୁରୀ ଜିଲ୍ଲା ପିପିଲିର ସୁଲୋଚନା ନାୟକ, ବରଗଡର ଦିପାଞ୍ଜଳି ପ୍ରମୁଖ କାଳିଆ ସହାୟତା ସମ୍ପର୍କରେ ସେମାନଙ୍କ ମତାମତ ରଖି ଏହାଦ୍ବାରା ସେମାନଙ୍କ ଜୀବନରେ ଆସିଥିବା ପରିବର୍ତ୍ତନ ଉପରେ ନିଜର ମତାମତ ଦେଇଥିଲେ।

About Author

indadmin

indadmin

Related Articles

Archives

Calendar

April 2025
M T W T F S S
 123456
78910111213
14151617181920
21222324252627
282930