Indus Valley Times

ମୁଖ୍ୟମନ୍ତ୍ରୀଙ୍କ କଡା ଆଭିମୁଖ୍ୟ: ମଜୁରୀ ଦେବାରେ ବିଳମ୍ବ କଲେ କଠୋର କାର‌୍ୟ୍ୟାନୁଷ୍ଠାନ

 Breaking News

ମୁଖ୍ୟମନ୍ତ୍ରୀଙ୍କ କଡା ଆଭିମୁଖ୍ୟ: ମଜୁରୀ ଦେବାରେ ବିଳମ୍ବ କଲେ କଠୋର କାର‌୍ୟ୍ୟାନୁଷ୍ଠାନ

ମୁଖ୍ୟମନ୍ତ୍ରୀଙ୍କ କଡା ଆଭିମୁଖ୍ୟ: ମଜୁରୀ ଦେବାରେ ବିଳମ୍ବ କଲେ କଠୋର କାର‌୍ୟ୍ୟାନୁଷ୍ଠାନ
December 16
16:59 2020

ଭୁବନେଶ୍ବର ୧୬/୧୨: ରୋଜଗାର ଅଭାବରୁ ଯେଭଳି ଗୋଟିଏ ବି ପରିବାର କଷ୍ଟ ନ ପାଏ, ସେଥିପ୍ରତି ଦୃଷ୍ଟି ଦେବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି। ମଜୁରୀ ଦେବାରେ ବିଳମ୍ବ କଲେ କଠୋର କାର‌୍ୟ୍ୟାନୁଷ୍ଠାନ ନେବାକୁ ଦେଇଛନ୍ତି ଚେତାବନୀ। ମୁଖ୍ୟମନ୍ତ୍ରୀ ବୁଧବାର ଦିନ ଭିଡିଓ କନଫରେନସିଂ ଜରିଆରେ ସବୁ ଜିଲ୍ଲାରେ ମହାତ୍ମାଗାନ୍ଧୀ ଜାତୀୟ ଗ୍ରାମୀଣ ରୋଜଗାର ଯୋଜନା ଏବଂ ସହରାଞ୍ଚଳ ରୋଜଗାର ଯୋଜନା ଆଦିର କାର‌୍ୟ୍ୟକାରିତା ସଂପର୍କରେ ସମୀକ୍ଷା କରିଥିଲେ ।
ଏହି ୨ କାର‌୍ୟ୍ୟକ୍ରମ ଜରିଆରେ ଚଳିତ ଆର୍ଥିକ ବର୍ଷ ଶେଷ ସୁଦ୍ଧା ୨୦ କୋଟି ମାନବ ଦିବସ ସୃଷ୍ଟି ପାଇଁ ଲକ୍ଷ୍ୟ ରଖାଯାଇଛି । ମନରେଗା ଲକ୍ଷ୍ୟ ପୂରଣ ଦିଗରେ ଯାଜପୁର, କୋରାପୁଟ , ସୋନପୁର ଜିଲ୍ଲା ବହୁତ ଭଲ କାମ କରିଥିବାରୁ ମୁଖ୍ୟମନ୍ତ୍ରୀ ସଂପୃକ୍ତ ଜିଲ୍ଲାର ଜିଲ୍ଲାପାଳଙ୍କୁ ଅଭିନନ୍ଦନ ଜଣାଇଥିଲେ । ଏହିସବୁ ଜିଲ୍ଲାରେ ପରିବାର ପିଛା ଅଧିକ ୧୦୦ ଦିନ ଓ ଅତିରିକ୍ତ ମଜୁରୀ ଦିଆଯିବା ସଂପର୍କରେ ମୁଖ୍ୟମନ୍ତ୍ରୀ ଉଲ୍ଲେଖ କରିଛନ୍ତି।
ମୁଖ୍ୟମନ୍ତ୍ରୀ ଭିଡ଼ିଓ କନଫରେନ୍ସିଂ ଯୋଗେ ଅନୁଷ୍ଠିତ ସମୀକ୍ଷା ବୈଠକରେ ଜିଲ୍ଲାପାଳମାନଙ୍କୁ ଆହୁରି କହିଥିଲେ ଯେ କୋଭିଡ ମହାମାରୀ ଗତ ମାର୍ଚ୍ଚରୁ ଆମ ସମସ୍ତଙ୍କ ପାଇଁ ଏକ ଅଭୂତପୂର୍ବ ଆହ୍ବାନ ସୃଷ୍ଟି କରିଛି। ବିଶ୍ବର ଆର୍ଥିକ ଅଭିବୃଦ୍ଧି ନିମ୍ନଗାମୀ ହୋଇଛି ଏବଂ ଏହାଦ୍ବାରା ଗରିବ ଲୋକମାନେ ହିଁ ଅଧିକ କ୍ଷତିଗ୍ରସ୍ତ ହୋଇଛନ୍ତି। ଗରିବ ଲୋକଙ୍କ ପାଇଁ ଏହି ଦୁଃସମୟରେ ରୋଜଗାର ସୁନିଶ୍ଚିତ କରିବା ସରକାରଙ୍କର ପ୍ରାଥମିକତା। ଏଣୁ ଜିଲ୍ଲାପାଳମାନେ ଏହି ଦାୟିତ୍ବକୁ ଗୁରୁତ୍ବର ସହିତ ନିର୍ବାହ କରିବା ଲାଗି ଶ୍ରୀ ପଟ୍ଟନାୟକ ନିର୍ଦେଶ ଦେଇଥିଲେ।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031