Indus Valley Times

ମୁନିଗୁଡା ବ୍ଲକ ସଦର ମହକୁମା ଠାରେ ଜିଲ୍ଲାସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ

 Breaking News

ମୁନିଗୁଡା ବ୍ଲକ ସଦର ମହକୁମା ଠାରେ ଜିଲ୍ଲାସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ

ମୁନିଗୁଡା ବ୍ଲକ ସଦର ମହକୁମା ଠାରେ ଜିଲ୍ଲାସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ
February 17
20:14 2025

ପ୍ରମୋଦ ସାହୁକାରଙ୍କ ରିପୋର୍ଟ
ମୁନିଗୁଡା / ରାୟଗଡ, ୧୭/୨ : ରାୟଗଡା ଜିଲ୍ଲା ପ୍ରଶାସନ ତରଫରୁ ମୁନିଗୁଡା ବ୍ଲକ ସଦର ମହକୁମାସ୍ଥିତ ସଭାଗୃହ ଠାରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଛି ।
ରାୟଗଡା ଜିଲ୍ଲାପାଳ ପାରୁଲ ପାଟାୱରୀଙ୍କ ନିର୍ଦ୍ଦେଶ କ୍ରମେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ନବୀନ ଚନ୍ଦ୍ର ନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଅଭିଯୋଗ ଶୁଣାଣି ଶିବିରରେ ଆରକ୍ଷୀ ଅଧିକ୍ଷକ ସ୍ୱାତୀ ଏସ କୁମାର, ବନଖଣ୍ଡ ଅଧିକାରୀ ଆନ୍ନା ସାହେବ ଓହୋଲେ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ ଶ୍ରୀ ଅକ୍ଷୟ କୁମାର ଖେମୁଣ୍ଡୁ , ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ତଥା ଜନସ୍ୱାସ୍ଥ୍ୟ ଅଧିକାରୀ ଡାକ୍ତର ଲାଲମହନ ରାଉତରାୟ, ମୁନିଗୁଡା ବ୍ଲକ ଅଧ୍ୟକ୍ଷା ଦୁଃଖିନୀ ନୁଣ୍ଡରୁକା ପ୍ରମୁଖ ଉପସ୍ଥିତ ରହି ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗ ଶୁଣାଣି କରିଥିଲେ ।
ଆଜି ମୋଟ ୫୯ ଟି ଅଭିଯୋଗ ଶିବିରରେ ଗ୍ରହଣ କରିଥିଲେ । ସେଥି ମଧ୍ୟରୁ ୫୫ଟି ବ୍ୟକ୍ତିଗତ ଅଭିଯୋଗ ଥିଲା ବେଳେ
୪ଗୋଟି ଗ୍ରାମବାସୀ ମାନଙ୍କ ଅଭିଯୋଗ ଥିଲା ।
ଏହି ଶିବିରରେ ବିଶେଷ କରି ଆବାସ ଯୋଜନାରେ ଘର, ସ୍ବାସ୍ଥ୍ୟଗତ ସମସ୍ୟା , କୃଷି ସମସ୍ୟା, ଭତ୍ତା, ଗୃହ ନିର୍ମାଣ ଓ ଅନ୍ୟାନ ସମସ୍ୟା ଉପସ୍ଥାପିତ ହୋଇଥିଲା ।
ଏହି ଅଭିଯୋଗ ଶିବିରରେ ଅଭିଯୋଗ ଶୁଣାଣି ଅଧିକାରୀ ସୁସ୍ମିତା ପଟନାୟକ, ଗୋଷ୍ଠୀ ଉନ୍ନୟନ ଅଧିକାରୀ, ମୁନିଗୁଡା କୃଷ୍ଣ ଚନ୍ଦ୍ର ଦଳପତି, ତହସିଲଦାର ମୁନିଗୁଡା ଏମ ଅନୁରାଧା, ଅନ୍ୟାନ୍ୟ ଜିଲ୍ଲା ସ୍ତରୀୟ, ବିଭିନ୍ନ ଅଧିକାରୀ ଅଧିକାରୀ ମାନେ ଉପସ୍ଥିତ ରହି ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗ ଗୁଡିକର ଶୁଣାଣୀ କରିଥିଲେ ।
ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ନାୟକ ଆଜିର ଅଭିଯୋଗ ଗୁଡିକୁ ପାଇଲା ପରେ ବିଭାଗୀୟ ଅଧିକାରୀ ମାନଙ୍କୁ ତୁରନ୍ତ ଫଇସଲା ନିମନ୍ତେ ନିର୍ଦ୍ଦେଶ ଦେଇଥିଲେ । ମୁନିଗୁଡା ଥାନା ଅଧିକାରୀ ଶାନ୍ତି ଶୃଙ୍ଖଳା ରକ୍ଷା କରିଥିବା ବେଳେ ମୁନିଗୁଡା ବ୍ଲକ କାର୍ଯ୍ୟାଳୟ କର୍ମଚାରୀ ସହଯୋଗ କରିଥିଲେ ।

About Author

indadmin

indadmin

Related Articles

Archives

Calendar

July 2026
M T W T F S S
 12345
6789101112
13141516171819
20212223242526
2728293031