Indus Valley Times

ମେ ୨୮ରେ +୨ ରେଜଲ୍ଟ ତାରିଖ ଘୋଷଣା, ପ୍ରଥମେ ପ୍ରକାଶ ପାଇବ ବିଜ୍ଞାନ ଓ ବାଣିଜ୍ୟର ଫଳ

 Breaking News

ମେ ୨୮ରେ +୨ ରେଜଲ୍ଟ ତାରିଖ ଘୋଷଣା, ପ୍ରଥମେ ପ୍ରକାଶ ପାଇବ ବିଜ୍ଞାନ ଓ ବାଣିଜ୍ୟର ଫଳ

ମେ ୨୮ରେ +୨ ରେଜଲ୍ଟ ତାରିଖ ଘୋଷଣା, ପ୍ରଥମେ ପ୍ରକାଶ ପାଇବ ବିଜ୍ଞାନ ଓ ବାଣିଜ୍ୟର ଫଳ
May 26
09:49 2023

ଭୁବନେଶ୍ବର,୨୬/୫: ଆଗାମୀ ମେ’ ୨୮ ତାରିଖରେ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍ଏସ୍ଇ) ଦ୍ବାରା ପରିଚାଳିତ ଯୁକ୍ତ ୨ ପରୀକ୍ଷା ଫଳ ତାରିଖ ଘୋଷଣା ହେବ। ଏନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପରୀକ୍ଷା ନିୟନ୍ତ୍ରକ ସୂଚନା ଦେଇଛନ୍ତି। ତାଙ୍କ ସୂଚନା ଅନୁଯାୟୀ, ୨୮ ତାରିଖ ସଂଧ୍ୟାରେ ୨ ପରୀକ୍ଷା ଫଳ ତାରିଖ ଘୋଷଣା କରାଯିବ। ପ୍ରଥମେ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ ତାରିଖ ଘୋଷଣା ହେବ।
ଏହାପରେ ପରେ କଳା ଓ ଧନ୍ଦାମୂଳକ ପରୀକ୍ଷା ଫଳ ପ୍ରକାଶିତ ହେବ। ଯୁକ୍ତ ୨ ବିଜ୍ଞାନ ଓ ବାଣିଜ୍ୟ ଫଳ ମେ’ ୩୦ କିମ୍ବା ୩୧ତାରିଖରେ ପ୍ରକାଶ ପାଇବାର ସମ୍ଭାବନା ରହିଛି। ତେଣେ ଜୁନ ୮ ସୁଦ୍ଧା ଯୁକ୍ତ ୨ କଳା ଓ ଧନ୍ଦାମୂଳକ ପରୀକ୍ଷା ଫଳ ପ୍ରକାଶ ପାଇବ ବୋଲି କୁହାଯାଉଛି।
ସୂଚନାଯୋଗ୍ୟ, ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍ଏସ୍ଇ) ଦ୍ବାରା ପରିଚାଳିତ ଯୁକ୍ତ ୨ ପରୀକ୍ଷା ଖାତା ମୂଲ୍ୟାୟନ ଗତ ଏପ୍ରିଲ୍ ୧୦ ତାରିଖରୁ ଆରମ୍ଭ ହୋଇଥିଲା। ପ୍ରଥମ ପର୍ଯ୍ୟାୟ ମୂଲ୍ୟାୟନର ଅନ୍ଲାଇନ୍ ଖାତା ଦେଖାରେ ପ୍ରାୟ ୩ ହଜାର ଓ ଅଫ୍ଲାଇନ୍ରେ ୫ ହଜାର ମୂଲ୍ୟାୟନକାରୀ ନିୟୋଜିତ ହୋଇଥିଲେ।
ବିଜ୍ଞାନ ଓ ବାଣିଜ୍ୟ ବିଭାଗ ବିଷୟଗୁଡ଼ିକର ଇ-ମୂଲ୍ୟାୟନ ଲାଗି ୩୯ଟି ଓ ମାନୁଆଲ୍ ମୂଲ୍ୟାୟନ ହେବାକୁ ଥିବା କଳା ଓ ଧନ୍ଦାମୂଳକ ବିଷୟଗୁଡ଼ିକ ଲାଗି ୬୫ଟି କେନ୍ଦ୍ର ହୋଇଥିଲା। ପରବର୍ତ୍ତୀ ପର୍ଯ୍ୟାୟରେ ଉଭୟ ଅନଲାଇନ୍ ଓ ଅଫଲାଇନ୍ ଖାତା ଦେଖା ହୋଇଥିଲା। ତାପରେ ଅନ୍ୟାନ୍ୟ ଆନୁସଙ୍ଗିକ କାର୍ଯ୍ୟ ଶେଷ ହୋଇଥିଲା। ଏବେ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍ଏସ୍ଇ) ଯୁକ୍ତ ୨ ପରୀକ୍ଷା ଫଳ ପ୍ରକାଶ କରିବାକୁ ସଂପୂର୍ଣ୍ଣ ପ୍ରସ୍ତୁତ ଥିବା ଜଣାଯାଇଛି। ଏଥର ଯୁକ୍ତ ୨ ପରୀକ୍ଷା ଫଳ ଗତ ବର୍ଷ ତୁଳନାରେ ଭଲ ହେବ ବୋଲି ଆଶା କରାଯାଉଛି।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031