Indus Valley Times

ମୋଦିଙ୍କ ଗସ୍ତ ପାଇଁ ଲାଗୁ ହେବ ଟ୍ରାଫିକ୍ କଟକଣା

 Breaking News

ମୋଦିଙ୍କ ଗସ୍ତ ପାଇଁ ଲାଗୁ ହେବ ଟ୍ରାଫିକ୍ କଟକଣା

September 16
12:46 2024

ଭୁବନେଶ୍ୱର,୧୬/୯: ସୁଭଦ୍ରା ଶୁଭାରମ୍ଭ ପାଇଁ ୧୭ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଭୁବନେଶ୍ବର ଆସିବେ। ତାଙ୍କ ଗସ୍ତ ପାଇଁ ଟ୍ରାଫିକ କଟକଣା କରାଯାଇଛି। ମଙ୍ଗଳବାର ସକାଳ ୭ଟା ୩୦ରୁ ଅପରାହ୍ନ ୩ଟା ଯାଏଁ ଏହି କଟକଣା ରହିବ। କମିଶନରେଟ ପୋଲିସ ପକ୍ଷରୁ ଟ୍ରାଫିକ ନିର୍ଦ୍ଦେଶନାମା ଜାରି ହୋଇଛି। ଜୟଦେବ ବିହାର-ନାଲକୋ
ଛକ-ଜୟଦେବ ବିହାର ରାସ୍ତାରେ କଟକଣା ହେବ। ଏହା ସହ ନନ୍ଦନକାନନ-ଜୟଦେବ ବିହାର ଯିବା ପାଇଁ ଡମଣା ଛକରୁ ବାମକୁ ଯିବାକୁ ପଡ଼ିବ। ଆଚାର୍ଯ୍ୟ ବିହାର-ସୈନିକ ସ୍କୁଲ ଦେଇ ନନ୍ଦନକାନନ ଆଡ଼କୁ ମଧ୍ୟ ଯାଇପାରିବେ।ଜରୁରୀକାଳୀନ ସେବା ଫାୟାର, ଆମ୍ବୁଲାନ୍ସ ପାଇଁ କଟକଣା ନାହିଁ।
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଚଳିତ ସେପ୍ଟେମ୍ୱର ୧୭ ତାରିଖ ଭୁବନେଶ୍ୱରରେ ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିବେ। ଏଥିପାଇଁ ବିପୁଳ ଜନ ସମାଗମ ହେବାର ସମ୍ଭାବନାକୁ ଦୃଷ୍ଟିରେ ରଖି ଭୁବନେଶ୍ୱରର ସମସ୍ତ ସ୍କୁଲ କଲେଜ ଗୁଡିକ ଉକ୍ତଦିନ ସମ୍ପୂର୍ଣ୍ଣ ଛୁଟି ହେବା ସହିତ ସରକାରୀ କାର୍ଯ୍ୟଳୟ ଗୁଡିକର ପ୍ରଥମାର୍ଦ୍ଧ ଛୁଟି ରହିଛି।

About Author

indadmin

indadmin

Related Articles

Archives

Calendar

August 2026
M T W T F S S
 12
3456789
10111213141516
17181920212223
24252627282930
31