Indus Valley Times

ମୋହନ ମାଝୀ ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ, ପ୍ରଭାତୀ ଓ କନକ ବର୍ଦ୍ଧନ ଉପ ମୁଖ୍ୟମନ୍ତ୍ରୀ

 Breaking News

ମୋହନ ମାଝୀ ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ, ପ୍ରଭାତୀ ଓ କନକ ବର୍ଦ୍ଧନ ଉପ ମୁଖ୍ୟମନ୍ତ୍ରୀ

ମୋହନ ମାଝୀ ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ, ପ୍ରଭାତୀ ଓ କନକ ବର୍ଦ୍ଧନ ଉପ ମୁଖ୍ୟମନ୍ତ୍ରୀ
June 11
18:19 2024

ଭୁବନେଶ୍ବର,୧୧/୬: ବହୁ ପ୍ରତୀକ୍ଷାର ଅନ୍ତ ଘଟିଛି। ଓଡ଼ିଶା ବିଧାନସଭା ନିର୍ବାଚନ-୨୦୨୪ର ଫଳାଫଳ ଗତ ୪ ତାରିଖ ଦିନ ଆସିଲା ପରେ ରାଜ୍ୟବାସୀ ଯେଉଁ ଘୋଷଣାକୁ ଅପେକ୍ଷା କରିଥିଲେ, ତାହା ଆଜି ପ୍ରକାଶ ପାଇଛି।
ଭାରତୀୟ ଜନତା ପାର୍ଟି (ବିଜେପି) ମଙ୍ଗଳବାର ଅପରାହ୍ଣରେ ସାଢ଼େ ୪ କୋଟି ଓଡ଼ିଆଙ୍କ ସେବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନାମ ଘୋଷଣା କରିଛି। ଓଡ଼ିଶାରେ ପ୍ରଥମ ଥର ପାଇଁ ବିଜେପି ସରକାର ଗଢ଼ିଛି।
ବିଜେପି କହିଛି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝୀ ହେବେ। ମୋହନ ମାଝୀ କେନ୍ଦୁଝରରୁ ବିଧାୟକ ହୋଇଛନ୍ତି। ରାଜ୍ୟରେ ଦୁଇ ଜଣ ଉପମୁଖ୍ୟମନ୍ତ୍ରୀ ରହିବେ।
ସେମାନେ ହେଲେ ପାଟଣାଗଡ଼ ବିଧାୟକ କନକବର୍ଦ୍ଧନ ସିଂହଦେଓ ଓ ନିମାପଡ଼ା ବିଧାୟିକା ପ୍ରଭାତୀ ପରିଡ଼ା। ବିଜେପି ବିଧାୟକ ଦଳର ବୈଠକରେ ନିଷ୍ପତ୍ତି କ୍ରମେ ଏହି ଗୁରୁତ୍ବପୂର୍ଣ୍ଣ ଘୋଷଣା ହୋଇଛି ବୋଲି ରାଜନାଥ ସିଂ କହିଛନ୍ତି। ଏଥି ସହିତ ଓଡ଼ିଶା ଇତିହାସରେ ଏକ ନୂଆ ପୃଷ୍ଠା ଯୋଡ଼ି ହୋଇଯାଇଛି।
ଏହି ବୈଠକରେ ବିଜୟୀ ବିଧାୟକଙ୍କ ସହ କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ରାଜନାଥ ସିଂ ଓ ଭୂପେନ୍ଦ୍ର ଯାଦବ ଉପସ୍ଥିତ ଥିଲେ। ସେମାନେ ନିବନିର୍ବାଚିତ ବିଧାୟକ ଓ ସାଂସଦମାନଙ୍କ ସହିତ ଆଲୋଚନା କରିଥିଲେ।
ବୈଠକରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଜୁଏଲ ଓରାମ, ଅଶ୍ୱିନୀ ବୈଷ୍ଣବ, ସାସଂଦ ସଙ୍ଗୀତା ସିଂଦେଓ, ଅପରାଜିତା ଷଡ଼ଙ୍ଗୀ, ବୈଜୟନ୍ତ ପଣ୍ଡା, ରୁଦ୍ର ପାଣି, ପ୍ରଦୀପ ପାଣିଗ୍ରାହୀ, ବିଧାୟକ ସୁରେଶ ପୂଜାରୀ, କନକବର୍ଦ୍ଧନ ସିଂହଦେଓ, ଜୟନାରାୟଣ ମିଶ୍ର, ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ପ୍ରମୁଖ ଉପସ୍ଥିତ ଥିଲେ।
ସୂଚନାଯୋଗ୍ୟ, ଓଡ଼ିଶା ବିଧାନସଭା ନିର୍ବାଚନ ପାଇଁ ଗତ ମାସ ୧୩ ତାରିଖ ଠାରୁ ୪ଟି ପର୍ଯ୍ୟାୟ(ମେ ୧୩, ୨୦, ୨୫ ଓ ଜୁନ୍ ୧)ରେ ମତଦାନ ହୋଇଥିଲା।
୧୪୭ ଆସନ ବିଶିଷ୍ଟ ଓଡ଼ିଶା ବିଧାନସଭାରେ ଭାରତୀୟ ଜନତା ପାର୍ଟି ଭଲ ପ୍ରଦର୍ଶନ କରିଛି। ବିଜେପି ୭୮ଟି ଆସନରେ ବିଜୟୀ ହୋଇ ସରକାର ଗଢ଼ିଛି। ବିଜେଡିକୁ ୫୧, କଂଗ୍ରେସକୁ ୧୪ଟି ଆସନ ମିଳିଛି।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031