Indus Valley Times

ଯାଜପୁର ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର

 Breaking News

ଯାଜପୁର ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର

ଯାଜପୁର ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର
March 04
20:25 2025

ଅକ୍ଷୟ ରାଉତଙ୍କ ରିପୋର୍ଟ
ଯାଜପୁର ,୪/୩ : ଆଜି ଯାଜପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମଜନ ଅଭିଯୋଗ ଶୁଣାଣି ଶିବିର ଜିଲ୍ଲାପରିଷଦ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଅଛି।
ଏହି ଅଭିଯୋଗ ଶିବିର ରେ ଉପସ୍ଥିତ ରହି ଜିଲ୍ଲାପାଳ ପି. ଅନ୍ଵେଷା ରେଡ୍ଡୀ ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଅଭିଯୋଗ ର ଶୁଣାଣି କରିଥିଲେ।ବିଭାଗୀୟ ଅଧିକାରୀ ମାନେ ଏହି ଅଭିଯୋଗ ଗୁଡିକ ଯାଞ୍ଚ କରିବେ ଓ ଯେଉଁମାନେ ଯୋଗ୍ୟ ଅଛନ୍ତି ସେମାନଙ୍କର ଯଥାସମ୍ଭବ ସମସ୍ୟାର ସମାଧାନ କରାଯିବ ବୋଲି ଜିଲ୍ଲାପାଳ ପ୍ରକାଶ କରିଥିଲେ।ଆଜି ମୋଟ ୨୭୫ ଟି ଅଭିଯୋଗ ପଞ୍ଜୀକୃତ ହୋଇଥିଲା।
ସେଥିମଧ୍ୟରୁ ବ୍ୟକ୍ତିଗତ ସମସ୍ୟା ସମ୍ପର୍କୀୟ ୧୩୫ ଗୋଟି, ଗୋଷ୍ଠୀଗତ ସମସ୍ୟା ସମ୍ପର୍କୀୟ /ଗ୍ରାମ୍ୟ ସମସ୍ୟା ସମ୍ପର୍କୀୟ ୧୨ ଗୋଟି, ମୁଖ୍ୟମନ୍ତ୍ରୀ ଙ୍କ ରିଲିଫ ପାଣ୍ଠି ରୁ ସହାୟତା ନିମନ୍ତେ ୧୨୭ ଗୋଟି ଓ ରେଡ୍ କ୍ରସ୍ ପାଣ୍ଠିରୁ ୦୧ ଗୋଟି ଅଭିଯୋଗର ଶୁଣାଣି କରାଯାଇଥିଲା। ୧୪୮ ଟି ଅଭିଯୋଗର ତତ୍କାଳ ଫଇସଲା କରାଯାଇଥିଲା।
ଏହି ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ରେ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଶ୍ରୀ ୟଶପ୍ରତାପ ଶ୍ରୀମାଲ,ଅତିରିକ୍ତ ଜିଲ୍ଲାପାଳ ରାଜସ୍ୱ ଶ୍ରୀ ଶୁଭେନ୍ଦ୍ର କୁମାର ସାମଲ, ଜ଼ିଲ୍ଲା ପରିଷଦ ର ମୁଖ୍ୟ ବିକାଶ ଅଧିକାରୀ ଶ୍ରୀ ଅଶୋକ କୁମାର ବେହୁରିଆ , ଉପ ଜିଲ୍ଲାପାଳ, ଯାଜପୁର ଲମ୍ବୋଦର ଖୁଣ୍ଟିଆ , ଗୋଷ୍ଠୀ ଉନ୍ନୟନ ଅଧିକାରୀ, ଯାଜପୁର ,ଶ୍ରୀ ହେମନ୍ତ କୁମାର ମହନ୍ତ , ତହସିଲଦାର, ଯାଜପୁର ଶ୍ରୀ ବାସୁଦେବ ନାୟକ, ଜିଲ୍ଲା ସ୍ତରୀୟ ଅଧିକାରୀ, କ୍ଷେତ୍ରୀୟ ଅଧିକାରୀ, ବ୍ଲକ ସ୍ତରୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ରହି ଜନସାଧାରଣଙ୍କର ଆପତ୍ତି ଅଭିଯୋଗ ର ଶୁଣାଣି କରିଥିଲେ।

About Author

indadmin

indadmin

Related Articles

Archives

Calendar

July 2026
M T W T F S S
 12345
6789101112
13141516171819
20212223242526
2728293031