Legatus

ଯୁକ୍ତ ୨ କଳା ଓ ଧନ୍ଦାମୂଳକ ପରୀକ୍ଷା ଫଳ ପ୍ରକାଶ, କଳାରେ ପାସ୍ ହାର ୭୮.୮୮%

 Breaking News

ଯୁକ୍ତ ୨ କଳା ଓ ଧନ୍ଦାମୂଳକ ପରୀକ୍ଷା ଫଳ ପ୍ରକାଶ, କଳାରେ ପାସ୍ ହାର ୭୮.୮୮%

ଯୁକ୍ତ ୨ କଳା ଓ ଧନ୍ଦାମୂଳକ ପରୀକ୍ଷା ଫଳ ପ୍ରକାଶ, କଳାରେ ପାସ୍ ହାର ୭୮.୮୮%
June 08
16:44 2023

ଭୁବନେଶ୍ବର,୮/୬: ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍ଏସ୍ଇ) ଦ୍ବାରା ପରିଚାଳିତ ଦ୍ବାଦଶ ଶ୍ରେଣୀ(ଯୁକ୍ତ୨) କଳା ଓ ଧନ୍ଦାମୂଳକ ବିଭାଗ ପରୀକ୍ଷା ଫଳ ଆଜି ପ୍ରକାଶ ପାଇଛି। ଚଳିତ ବର୍ଷ କଳା ବିଭାଗରେ ୨ଲକ୍ଷ ୩୦ହଜାର ୫୪୫ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ। ଏଥିରୁ ୧ ଲକ୍ଷ ୮୧ ହଜାର ୮୬୯ ଜଣ ପିଲା ଅର୍ଥାତ ୭୮.୮୮ ପ୍ରତିଶତ ପାସ୍ କରିଛନ୍ତି।
ଚଳିତ ବର୍ଷ କଳା ବିଭାଗରେ ୨ଲକ୍ଷ ୩୦ହଜାର ୫୪୫ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ। ଏଥିରୁ ୧ ଲକ୍ଷ ୮୧ ହଜାର ୮୬୯ ଜଣ ପିଲା ପାସ୍ କରିଛନ୍ତି। ସେମାନଙ୍କ ମଧ୍ୟରୁ ପ୍ରଥମ ଶ୍ରେଣୀରେ ୩୨,୭୮୨, ଦ୍ବିତୀୟ ଶ୍ରେଣୀରେ ୩୨,୪୬୧ ଓ ତୃତୀୟ ଶ୍ରେଣୀରେ ସର୍ବାଧିକ ୧,୧୬,୧୭୯ ଉତ୍ତୀର୍ଣ୍ଣ ହୋଇଛନ୍ତି।
ସେହିପରି କଳା ବିଷୟରେ ପାସ୍ ହାରରେ ପୁଣି ଥରେ ପୁଅଙ୍କୁ ଝିଅମାନେ ପଛରେ ପକାଇଛନ୍ତି। ଝିଅମାନଙ୍କ ପାସ୍ ହାର ୮୫.୬୬ ପ୍ରତିଶତ ଥିବା ବେଳେ ପୁଅଙ୍କ ପାସ୍ ହାର ୭୦.୪୩ ପ୍ରତିଶତ। ସେହିପରି ଧନ୍ଦାମୂଳକରେ ପାସ୍ହାର ୬୭.୪୮ ପ୍ରତିଶତ ରହିଛି। ବାଲେଶ୍ବର ଜିଲ୍ଲାରେ ସର୍ବାଧିକ ୮୪.୯୭ ପ୍ରତିଶତ ପିଲା ପାସ୍ କରିଛନ୍ତି। ନବରଂଗପୁର ଜିଲ୍ଲାର ପାସ୍ ହାର ହେଉଛି ୭୦.୭୪ ପ୍ରତିଶତ। ଧନ୍ଦାମୂଳକ ବିଷୟରେ ୬୪.୨୩ ପ୍ରତିଶତ ପୁଅ ଓ ୭୧.୧୦ ପ୍ରତିଶତ ଝିଅ ପାସ୍ କରିଛନ୍ତି।
ଗୁରୁବାର ଅପରାହ୍ଣ ୪ଟାରେ ଭୁବନେଶ୍ବରସ୍ଥିତ ପରିଷଦର ମୁଖ୍ୟାଳୟରେ ପରୀକ୍ଷା ଫଳ ପୁସ୍ତିକା ଉନ୍ମୋଚିତ ହୋଇଯାଇଛି। ଏହାପରେ ପରୀକ୍ଷାର୍ଥୀମାନେ ଙ୍ଗଙ୍ଗଙ୍ଗ.କ୍ଟକ୍ସସଗ୍ଦଗ୍ଦବକ୍ସରଗ୍ଦଙ୍କକ୍ଷଗ୍ଧଗ୍ଦ.ଦ୍ଭସମ.ସଦ୍ଭ ୱେବସାଇଟ୍ରେ ସେମାନଙ୍କ ଫଳ ଜାଣିପାରିବେ। ସାମ୍ସ କଲେଜ ଇ-ସ୍ପେସ୍ରେ ମଧ୍ୟ ପରୀକ୍ଷା ଫଳ ତଥ୍ୟ ଉପଲବ୍ଧ ହେବ।
ଏହା ପୂର୍ବରୁ ଗତ ମେ’ ମାସ ୩୧ ତାରିଖରେ ଯୁକ୍ତ୨ ବିଜ୍ଞାନ ଓ ବାଣିଜ୍ୟ ବିଭାଗ ପରୀକ୍ଷା ଫଳ ପ୍ରକାଶ ପାଇଥିଲା। ବିଜ୍ଞାନରେ ପାସ୍ ହାର ୮୪.୯୩ ପ୍ରତିଶତ ଓ ବାଣିଜ୍ୟରେ ପାସ୍ ହାର ୮୧.୧୨ ପ୍ରତିଶତ ରହିଥିଲା। ଚଳିତ ବର୍ଷ ବିଜ୍ଞାନରେ ପରୀକ୍ଷା ଦେଇଥିଲେ ୯୩,୭୩୪ ଛାତ୍ରଛାତ୍ରୀ। ସେଥିମଧ୍ୟରୁ ୭୮,୯୩୮ଜଣ ପାସ୍ କରିଛନ୍ତି। ଏମାନଙ୍କ ଭିତରୁ ପ୍ରଥମ ଶ୍ରେଣୀରେ ୩୯,୫୭୩ ପରୀକ୍ଷାର୍ଥୀ ଉତ୍ତୀର୍ଣ୍ଣ ହୋଇ ଥିବା ବେଳେ ଦ୍ୱିତୀୟ ଶ୍ରେଣୀରେ ୨୪,୨୫୭ ଓ ତୃତୀୟ ଶ୍ରେଣୀରେ ୧୪,୮୫୨ ଜଣ ପାସ କରିଛନ୍ତି।
ବାଣିଜ୍ୟରେ ମୋଟ୍ ୨୪,୦୮୨ ପରୀକ୍ଷାର୍ଥୀ ପରୀକ୍ଷା ଦେଇଥିଲେ। ସେମାନଙ୍କ ଭିତରୁ ୧୯,୫୩୬ ଜଣ ପାସ୍ କରିଛନ୍ତି। ଏମାନଙ୍କ ଭିତରୁ ୭୪୧୦ ଛାତ୍ରଛାତ୍ରୀ ପ୍ରଥମ ଶ୍ରେଣୀରେ, ୪୫୪୩ ଛାତ୍ରଛାତ୍ରୀ ଦ୍ୱିତୀୟ ଶ୍ରେଣୀରେ ଓ ୭୪୯୨ ଛାତ୍ରଛାତ୍ରୀ ତୃତୀୟ ଶ୍ରେଣୀରେ ଉତ୍ତୀର୍ଣ୍ଣ ହୋଇଛନ୍ତି ।
ସୂଚନା ଅନୁଯାୟୀ ଚଳିତବର୍ଷ ଯୁକ୍ତ ୨ର ୪ଟି ବିଭାଗରେ ପରୀକ୍ଷା ଦେବା ଲାଗି ୩ ଲକ୍ଷ ୫୬ ହଜାର ୪୪୯ଜଣ ଛାତ୍ରଛାତ୍ରୀ ନାମ ପଞ୍ଜୀକରଣ କରିଥିଲେ। କଳା ବିଭାଗରେ ୨ଲକ୍ଷ ୩୨ ହଜାର ୬୪୪, ବିଜ୍ଞାନରେ ୯୩ହଜାର ୭୩୦, ବାଣିଜ୍ୟରେ ୨୪ହଜାର ୨୪୬ ଓ ଧନ୍ଦାମୂଳକ ବିଭାଗରେ ୫୮୨୯ଜଣ ରହିଥିଲେ। ସେମାନଙ୍କ ମଧ୍ୟରୁ ପାଖାପାଖି ୫୫୦୦ ପରୀକ୍ଷାର୍ଥୀ ଅନୁପସ୍ଥିତ ଥିଲେ।

About Author

indadmin

indadmin

Related Articles

Archives

Calendar

March 2025
M T W T F S S
 12
3456789
10111213141516
17181920212223
24252627282930
31