Indus Valley Times

ରାଜଧାନୀରେ ଚାଞ୍ଚଲ୍ୟ; ଚଳନ୍ତା ସ୍କୁଟିରେ ଯାଉଥିବା ଯୁବକଙ୍କୁ ଚୋଟ, ମୁଣ୍ଡ-ଗଣ୍ଡି ଅଲଗା

 Breaking News

ରାଜଧାନୀରେ ଚାଞ୍ଚଲ୍ୟ; ଚଳନ୍ତା ସ୍କୁଟିରେ ଯାଉଥିବା ଯୁବକଙ୍କୁ ଚୋଟ, ମୁଣ୍ଡ-ଗଣ୍ଡି ଅଲଗା

ରାଜଧାନୀରେ ଚାଞ୍ଚଲ୍ୟ; ଚଳନ୍ତା ସ୍କୁଟିରେ ଯାଉଥିବା ଯୁବକଙ୍କୁ ଚୋଟ, ମୁଣ୍ଡ-ଗଣ୍ଡି ଅଲଗା
January 08
10:08 2025

ଭୁବନେଶ୍ବର,୮/୧:ରାଜଧାନୀ ଭୁବନେଶ୍ବରରେ ଯୁବକଙ୍କୁ ବୀଭତ୍ସ ହତ୍ୟା। ଜନଗହଳିପୂର୍ଣ୍ଣ ରସୁଲଗଡ଼ରୁ ବାଣୀବିହାର ମେନ୍ ରୋଡ୍‌ରେ ବୁଧବାର ସକାଳୁ ସକାଳୁ ଯୁବକଙ୍କୁ ଧାରୁଆ ଅସ୍ତ୍ରରେ ଦୁର୍ବୃତ୍ତ ହାଣିଦେଇଛନ୍ତି।
ଦୁର୍ବୃତ୍ତ ଯୁବକଙ୍କ ମୁଣ୍ଡ କାଟି ଦେଇଥିବାବେଳେ ବେକ ଓ ଗୋଡ଼ ମଧ୍ୟ ଆଘାତ ଲାଗିଛି। ମୃତ ଯୁବକଙ୍କ ପରିଚୟ ମିଳିନି। ତାଙ୍କ ବେକ ଓ ଗୋଡ଼ରେ ଗଭୀର ଆଘାତ ଲାଗିଛି। ମୃତଦେହ ନିକଟରେ ଏକ ସ୍କଟି ବି ପଡ଼ିଛି।
କିଏ ଓ କାହିଁକି ବୀଭତ୍ସ ଭାବେ ହତ୍ୟା କରିଛନ୍ତି ତାହାର କାରଣ ଅସ୍ପଷ୍ଟ ରହିଛି। ହତ୍ୟାକାଣ୍ଡ ପରେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କାର‌୍ୟ୍ୟ ଆରମ୍ଭ କରିଛି।
ସୂଚନାଯୋଗ୍ୟ,ଆଜିଠାରୁ ରାଜଧାନୀରେ ପ୍ରବାସୀ ଭାରତୀୟ ସମ୍ମିଳନୀ ଅନୁଷ୍ଠିତ ହେଉଥିବାବେଳେ ଏହି ଘଟଣା ପୋଲିସର ମୁଣ୍ଡବିନ୍ଧା ବଢାଇଦେଇଛି।

About Author

indadmin

indadmin

Related Articles

Archives

Calendar

March 2026
M T W T F S S
 1
2345678
9101112131415
16171819202122
23242526272829
3031