Indus Valley Times

ରାଜ୍ୟରେ ଆଉ ୧୮୭୬ କରୋନା ପଜିଟିଭ୍ ଚିହ୍ନଟ , ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୫୦୬୭୨ କୁ ବୃଦ୍ଧି

 Breaking News

ରାଜ୍ୟରେ ଆଉ ୧୮୭୬ କରୋନା ପଜିଟିଭ୍ ଚିହ୍ନଟ , ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୫୦୬୭୨ କୁ ବୃଦ୍ଧି

August 12
11:20 2020

ଭୁବନେଶ୍ୱର ୧୨।୮ : ଆଜି ରାଜ୍ୟରେ ଆଉ ୧୮୭୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୫୦୬୭୨ ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୧୮୨ଜଣ କ୍ବାରେଣ୍ଟାଇନ୍ରେ ରହିଥିବା ବେଳେ ୬୯୪ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।
ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୧୫ଜଣ , ବାଲେଶ୍ୱର ଜିଲ୍ଲାରୁ ୮୧ଜଣ, ବରଗଡ଼ ଜିଲ୍ଲାରୁ ୧୫ଜଣ, ଭଦ୍ରକ ଜିଲ୍ଲାରୁ ୫୦ଜଣ, ବଲାଙ୍ଗୀର ଜିଲ୍ଲାରୁ ୩୧ଜଣ, ବୌଦ୍ଧ ଜିଲ୍ଲାରୁ ୧୦ଜଣ, କଟକ ଜିଲ୍ଲାରୁ ୧୦୯ଜଣ, ଦେଓଗଡ଼ ଜିଲ୍ଲାରୁ ୨ଜଣ, ଢେଙ୍କାନାଳ ଜିଲ୍ଲାରୁ ୩୬ଜଣ, ଗଜପତି ଜିଲ୍ଲାରୁ ୭୧ଜଣ, ଗଞ୍ଜାମ ଜିଲ୍ଲାରୁ ୨୬୦ଜଣ, ଗଜତସିଂହପୁର ଜିଲ୍ଲାରୁ ୨୬ଜଣ, ଯାଜପୁର ଜିଲ୍ଲାରୁ ୫୩ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୬ଜଣ, କଳାହାଣ୍ଡି ଜିଲ୍ଲାରୁ ୪୧ଜଣ, କନ୍ଧମାଳ ଜିଲ୍ଲାରୁ ୩୦ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୫୮ଜଣ, କେନ୍ଦୁଝର ଜିଲ୍ଲାରୁ ୨୧ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୯୭ଜଣ, କୋରାପୁଟ ଜିଲ୍ଲାରୁ ୭୭ଜଣ, ମାଲକାନଗିରି ଜିଲ୍ଲାରୁ ୨୪ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୭୦ଜଣ, ନବରଙ୍ଗପୁର ଜିଲ୍ଲାରୁ ୩୦ଜଣ, ନୟାଗଡ଼ ଜିଲ୍ଲାରୁ ୧୦୫ଜଣ, ନୂଆପଡ଼ା ଜିଲ୍ଲାରୁ ୩ଜଣ, ପୁରୀ ଜିଲ୍ଲାରୁ ୮୦ଜଣ, ରାୟଗଡ଼ା ଜିଲ୍ଲାରୁ ୯୮ଜଣ, ସମ୍ବଲପୁର ଜିଲ୍ଲାରୁ ୩୬ଜଣ, ସୋନପୁର ଜିଲ୍ଲାରୁ ୨୨ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୧୯ଜଣ ରହିଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୫୦୬୭୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୫୫୦୯ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୩୪୮୦୫ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୭୨୪୩୫୪ଟି ସାମ୍ପୁଲ ଟେଷ୍ଟ୍ ହୋଇଛି

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031