Indus Valley Times

ରାଜ୍ୟରେ ଆଉ ୨୨ ଜଣଙ୍କ ମୁଣ୍ଡ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୮୮୪କୁ ବୃଦ୍ଧି

 Breaking News

ରାଜ୍ୟରେ ଆଉ ୨୨ ଜଣଙ୍କ ମୁଣ୍ଡ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୮୮୪କୁ ବୃଦ୍ଧି

February 13
10:38 2022

ଭୁବନେଶ୍ୱର ୧୩/୨: ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୧୪୮ ଜଣ କୋଭିଡ୍ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଆଉ ୨୨ ଜଣଙ୍କ ଜୀବନ ନେଲା କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୮୮୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
ମୃତକଙ୍କ ମଧ୍ୟରେ ବାଲେଶ୍ୱର ଜିଲ୍ଲାରୁ ୮ଜଣ ରହିଥିବା ବେଳେ ସୁନ୍ଦରଗଡ଼ ୪ଜଣ, ଗଞ୍ଜାମ ଜିଲ୍ଲାରୁ ୩ଜଣ ରହିଛନ୍ତି । ସେହିପରି ନବରଙ୍ଗପୁର, କେନ୍ଦୁଝର, କେନ୍ଦ୍ରାପଡ଼ା, ଜଗତସିଂହପୁର, ଅନୁଗୁଳ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୭୭୨୬୨ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୨୩୩୦ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୨୫୫୯୯୫ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୮୪୧୮୯୭୪ସାମ୍ପୁଲ ଟେଷ୍ଟ୍ ହୋଇଛି ।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031