Indus Valley Times

ରାଜ୍ୟରେ ଆଉ ୩୦୦ କରୋନା ସଂକ୍ରମିତ ଚିହ୍ନଟ,୪ମୃତ

 Breaking News

ରାଜ୍ୟରେ ଆଉ ୩୦୦ କରୋନା ସଂକ୍ରମିତ ଚିହ୍ନଟ,୪ମୃତ

December 15
13:50 2020

ଭୁବନେଶ୍ବର ୧୫।୧୨: ରାଜ୍ୟରେ ସୋମବାର ଦିନ ଆଉ ୩୦୦ଜଣ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଥିଲା ବେଳେ ୪ ଜଣଙ୍କ ମୃତ୍ୟୁ ଘଟିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୭୪ଜଣ କ୍ୱାରେଣ୍ଟାଇନରେ ରହିଥିଲା ବେଳେ ୧୨୬ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି । ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୨୪୩୮୯କୁ ବୃଦ୍ଧି ପାଇଛି ।୪ ମୃତକଙ୍କ ମଧ୍ୟରେ ମୟୁରଭଞ୍ଜ ଜିଲ୍ଲାରୁ ୨ ଜଣ, ଜଗତସିଂହପୁର, ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୪୪ଜଣ, ବାଲେଶ୍ୱର ଜିଲ୍ଲାରୁ ୧୪ଜଣ, ବରଗଡ଼ ଜିଲ୍ଲାରୁ ୧୧ଜଣ, ଭଦ୍ରକ ଜିଲ୍ଲାରୁ ଜଣେ, ବଲାଙ୍ଗୀର ଜିଲ୍ଲାରୁ ୧୨ଜଣ, କଟକ ଜିଲ୍ଲାରୁ ୨୦ଜଣ, ଦେଓଗଡ଼ ଜିଲ୍ଲାରୁ ଜଣେ, ଢେଙ୍କାନାଳ ଜିଲ୍ଲାରୁ ୩ଜଣ, ଗଞ୍ଜାମ ଜିଲ୍ଲାରୁ ୪ଜଣ, ଜଗତସିଂହପୁର ଜିଲ୍ଲାରୁ ୧୧ଜଣ, ଯାଜପୁର ଜିଲ୍ଲାରୁ ୭ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୧ଜଣ, କଳାହାଣ୍ଡି ଜିଲ୍ଲାରୁ ୬ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୧ଜଣ, କେନ୍ଦୁଝର ଜିଲ୍ଲାରୁ ୨ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩୬ଜଣ, କୋରାପୁଟ ଜିଲ୍ଲାରୁ ୪ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୭ଜଣ, ନବରଙ୍ଗପୁର ଜିଲ୍ଲାରୁ ୨ଜଣ, ନୟାଗଡ଼ ଜିଲ୍ଲାରୁ ଜଣେ, ନୂଆପଡ଼ା ଜିଲ୍ଲାରୁ ୧୧ଜଣ, ପୁରୀ ଜିଲ୍ଲାରୁ ୧୯ଜଣ, ରାୟଗଡ଼ା ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୧୫ଜଣ, ସୋନପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ୩୪ଜଣ, ଷ୍ଟେଟ ପୁଲ୍ରୁ ୯ ଜଣ ରହିଛନ୍ତି ।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031