Indus Valley Times

ରାଜ୍ୟରେ ଆଉ ୩୫୬ଜଣ ନୂଆ କରୋନା ପଜିଟିଭ୍ ଚିହ୍ନଟ,୩ ମୃତ

 Breaking News

ରାଜ୍ୟରେ ଆଉ ୩୫୬ଜଣ ନୂଆ କରୋନା ପଜିଟିଭ୍ ଚିହ୍ନଟ,୩ ମୃତ

ରାଜ୍ୟରେ ଆଉ ୩୫୬ଜଣ ନୂଆ କରୋନା ପଜିଟିଭ୍ ଚିହ୍ନଟ,୩ ମୃତ
December 19
12:43 2020

ଭୁବନେଶ୍ବର ୧୯।୧୨: ରାଜ୍ୟରେ ଶନିବାର ଦିନ ୩୫୬ ଜଣ ନୂଆ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ୩ଜଣ କରୋନରେ ପ୍ର୍ରାଣ ହରାଇଛନ୍ତି । ଫଳରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୨୫୮୬୧କୁ ବୃଦ୍ଧି ପାଇଥିବା ବେଳେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୮୩୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୁଚନା ଓ ଲୋକସଂପର୍କର୍ ବିଭାଗ ପକ୍ଷରୁ ଟ୍ୱିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି ।
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୯୯ଜଣ କ୍ୱାରେଣ୍ଟାଇନ୍‌ରେ ରହିଥିବା ବେଳେ ୧୭୫ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।
ଶନିବାର ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୨୯ଜଣ, ବାଲେଶ୍ୱର ଜିଲ୍ଲାରୁ ୨୬ଜଣ, ବରଗଡ଼ ଜିଲ୍ଲାରୁ ୧୭ଜଣ, ଭଦ୍ରକ ଜିଲ୍ଲାରୁ ୭ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୦ଜଣ, କଟକ ଜିଲ୍ଲାରୁ ୧୯ଜଣ, ଢେଙ୍କାନାଳ ଜିଲ୍ଲାରୁ ଜଣେ, ଗଜପତି ଜିଲ୍ଲାରୁ ୨ଜଣ, ଗଞ୍ଜାମ ଜିଲ୍ଲାରୁ ୪ଜଣ, ଜଗତସିଂହପୁର ଜିଲ୍ଲାରୁ ୧୩ଜଣ, ଯାଜପୁର ଜିଲ୍ଲାରୁ ୯ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୬ଜଣ, କଳାହାଣ୍ଡି ଜିଲ୍ଲାରୁ ୭ଜଣ , କନ୍ଧମାଳ ଜିଲ୍ଲାରୁ ଜଣେ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୯ଜଣ, କେନ୍ଦୁଝର ଜିଲ୍ଲାରୁ ୬ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୪୧ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨୯ଜଣ, ନବରଙ୍ଗପୁର ଜିଲ୍ଲାରୁ ୩ଜଣ, ନୟାଗଡ଼ ଜିଲ୍ଲାରୁ ୨ଜଣ, ନୂଆପଡ଼ା ଜିଲ୍ଲାରୁ ୧୮ଜଣ, ପୁରୀ ଜିଲ୍ଲାରୁ ୨୦ଜଣ, ରାୟଗଡ଼ା ଜିଲ୍ଲାରୁ ୪ଜଣ, ସମ୍ବଲପୁର ଜିଲ୍ଲାରୁ ୨୫ଜଣ, ସୋନପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ୩୫ଜଣ, ଷ୍ଟେଟ୍ ପୁଲ୍ରୁ ୧୨ଜଣ ରହିଛନ୍ତି ।
ସେହିପରି ୩ମୁତକଙ୍କ ମଧ୍ୟରୁ ଜଗତସିଂହପୁର,ପୁରୀ, ନୂଆପଡା ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

About Author

indadmin

indadmin

Related Articles

Archives

Calendar

May 2024
M T W T F S S
 12345
6789101112
13141516171819
20212223242526
2728293031