Indus Valley Times

ରାଜ୍ୟରେ ଆଉ ୩ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

 Breaking News

ରାଜ୍ୟରେ ଆଉ ୩ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ରାଜ୍ୟରେ ଆଉ ୩ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ
July 12
13:15 2020

ଭୁବନେଶ୍ୱର,୧୨/୭:ରାଜ୍ୟରେ କରୋନା ଆକ୍ରାନ୍ତରେ ରବିବାର ଦିନ ଆଉ ୩ଜଣଙ୍କ ମୃତ୍ୟୁ ହୋଇଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ମୃତକ ସମସ୍ତ ୩ ଜଣ ଗଞ୍ଜାମ ଜିଲ୍ଲାର ବୋଲି ସୂଚନା ମିଳିଛି। ଏହାସହ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୬୪କୁ ବୃଦ୍ଧି ପାଇଛି।
ଅନ୍ୟପକ୍ଷରେ, ଓଡ଼ିଶାରେ ଆଉ ୫୯୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୨୧ଟି ଜିଲ୍ଲାରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି। ଗଞ୍ଜାମରୁ ସର୍ବାଧିକ ୨୩୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩,୧୨୧ ରେ ପହଞ୍ଚିଛି। ଆକ୍ରାନ୍ତଙ୍କ ମଧ୍ୟରୁ ୮,୩୬୦ଜଣ ଚିକିତ୍ସାଧୀନ ଥିବାବେଳେ ୪,୬୭୭ ଜଣ ସୁସ୍ଥ ହୋଇଛନ୍ତି। ୬୪ ଜଣଙ୍କ ମୃତ୍ୟୁ ଘଟିଛି। ସେହିପରି ଆଉ ୨୦ ଜଣ କରୋନାରେ ଆକ୍ରାନ୍ତ ହୋଇଥିଲେ ମଧ୍ୟ କରୋନା ଯୋଗୁ ସେମାନଙ୍କର ମୃତ୍ୟୁ ଘଟି ନ ଥିବା ସୂଚନା ଦିଆଯାଇଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ୱେବ୍ସାଇଟ୍ରେ ସୂଚନା ଦିଆଯାଇଛି।

About Author

indadmin

indadmin

Related Articles

Archives

Calendar

May 2024
M T W T F S S
 12345
6789101112
13141516171819
20212223242526
2728293031