Indus Valley Times

ରାଜ୍ୟରେ ଆଜି ବି ଦୈନିକ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫୦୦ ଉପରେ: ୫୨ ଜଣ ୧୮ ବର୍ଷରୁ କମ୍ ବୟସର

 Breaking News

ରାଜ୍ୟରେ ଆଜି ବି ଦୈନିକ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫୦୦ ଉପରେ: ୫୨ ଜଣ ୧୮ ବର୍ଷରୁ କମ୍ ବୟସର

ରାଜ୍ୟରେ ଆଜି ବି ଦୈନିକ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫୦୦ ଉପରେ: ୫୨ ଜଣ ୧୮ ବର୍ଷରୁ କମ୍ ବୟସର
July 12
10:23 2022

ଭୁବନେଶ୍ୱର, ୧୨/୭ : ମଙ୍ଗଳବାର ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୫୦୯ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୯୯ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୨୧୦ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି ।
ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୫୨ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୨୯୪୫୮୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ବାଲେଶ୍ୱର ଜିଲ୍ଲାରୁ ୫ଜଣ, ବରଗଡ଼ ଜିଲ୍ଲାରୁ ୨ଜଣ, ଭଦ୍ରକ ଜିଲ୍ଲାରୁ ୭ଜଣ, ବଲାଙ୍ଗୀର ଜିଲ୍ଲାରୁ ଜଣେ, ବୌଦ୍ଧ ଜିଲ୍ଲାରୁ ୨ଜଣ, କଟକ ଜିଲ୍ଲାରୁ ୧୧୦ଜଣ, ଢେଙ୍କାନାଳ ଜିଲ୍ଲାରୁ ଜଣେ, ଗଜପତି ଜିଲ୍ଲାରୁ ୪ଜଣ, ଗଞ୍ଜାମ ଜିଲ୍ଲାରୁ ୩ଜଣ, ଜଗତସିଂହପୁର ଜିଲ୍ଲାରୁ ୯ଜଣ, ଯାଜପୁର ଜିଲ୍ଲାରୁ ୧୦ଜଣ, କଳାହାଣ୍ଡି ଜିଲ୍ଲାରୁ ୬ଜଣ, କନ୍ଧମାଳ ଜିଲ୍ଲାରୁ ୨ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୬ଜଣ, କେନ୍ଦୁଝର ଜିଲ୍ଲାରୁ ୩ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୦୦ଜଣ, କୋରାପୁଟ ଜିଲ୍ଲାରୁ ୨ଜଣ, ମାଲକାନଗିରି ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୮ଜଣ, ନବରଙ୍ଗପୁର ଜିଲ୍ଲାରୁ ଜଣେ, ନୟାଗଡ଼ ଜିଲ୍ଲାରୁ ୯ଜଣ, ନୂଆପଡ଼ା ଜିଲ୍ଲାରୁ ୪ଜଣ, ପୁରୀ ଜିଲ୍ଲାରୁ ୧୪ଜଣ, ସମ୍ବଲପୁର ଜିଲ୍ଲାରୁ ୮ଜଣ, ସୋନପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ୪୯ଜଣ, ଷ୍ଟେଟ ପୁଲ୍ରୁ ୪୧ଜଣ ରହିଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୯୪୫୮୫ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୩୫୩୯ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୨୮୧୮୬୬ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୨୨୫୭୭୭୮ସାମ୍ପୁଲ ଟେଷ୍ଟ୍ ହୋଇଛି ।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031