Indus Valley Times

ରାଜ୍ୟରେ କମିଛି ଶୀତ : ଆସନ୍ତା ୨ରୁ ୩ ଦିନ ଭିତରେ ରାତି ତାପମାତ୍ରା ଆହୁରି ୨ରୁ ୩ ଡିଗ୍ରୀ ବଢ଼ିପାରେ

 Breaking News

ରାଜ୍ୟରେ କମିଛି ଶୀତ : ଆସନ୍ତା ୨ରୁ ୩ ଦିନ ଭିତରେ ରାତି ତାପମାତ୍ରା ଆହୁରି ୨ରୁ ୩ ଡିଗ୍ରୀ ବଢ଼ିପାରେ

February 02
09:34 2022

ଭୁବନେଶ୍ୱର, ୨/୨ : ରାଜ୍ୟରେ କମିଛି ଶୀତ । ଅଧିକାଂଶ ଜିଲ୍ଲାର ସର୍ବନିମ୍ନ ତାପମାତ୍ରା ୧୧ରୁ ୧୨ଡିଗ୍ରୀ ଉପରେ ରହିଛି । ପୁରୀର ସର୍ବନିମ୍ନ ତାପମାତ୍ରା ୨୦.୪ଡିଗ୍ରୀ ରହିଛି । ଆସନ୍ତା ୨ରୁ ୩ ଦିନ ଭିତରେ ରାତି ତାପମାତ୍ରା ଆହୁରି ୨ରୁ ୩ ଡିଗ୍ରୀ ବଢ଼ିପାରେ । ବୁଧବାର ରାଜ୍ୟରେ ଘନ କୁହୁଡ଼ି ହୋଇପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।
ସେହିପରି ୨ ତାରିଖରେ ଉପକୂଳ ଓଡ଼ିଶା ସମେତ କନ୍ଧମାଳ, ରାୟଗଡ଼ା, କୋରାପୁଟ ଓ ଢେଙ୍କାନାଳରେ ସ୍ୱଳ୍ପରୁ ମଧ୍ୟମ ଧରଣର କୁହୁଡି ଅନୁଭୂତ ହୋଇପାରେ । କନ୍ଧମାଳ, ଗଞ୍ଜାମ, ଗଜପତି, ରାୟଗଡ଼ା, ନୟାଗଡ଼ ଓ କଟକ ଜିଲ୍ଲାରେ ଘନ କୁହୁଡ଼ି ହୋଇପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।
ଏ ସମସ୍ତ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୩ ତାରିଖରେ ସୁନ୍ଦରଗଡ଼, କେନ୍ଦୁଝର, ଦେବଗଡ଼, ଝାରସୁଗୁଡ଼ା, କେନ୍ଦୁଝର ଓ ଉତ୍ତର ଓଡ଼ିଶାର କିଛି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ଏସବୁ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ଆଶଙ୍କା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୪ରେ ଉପକୂଳ ଓଡ଼ିଶା ଓ ଉତ୍ତର ଓଡ଼ିଶାର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ଆଶଙ୍କା ରହିଛି ।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031