Indus Valley Times

ରାଜ୍ୟରେ କରୋନା ନେଲା ଆଉ ୧୪ ଜୀବନ

 Breaking News

ରାଜ୍ୟରେ କରୋନା ନେଲା ଆଉ ୧୪ ଜୀବନ

ରାଜ୍ୟରେ କରୋନା ନେଲା ଆଉ ୧୪ ଜୀବନ
August 10
12:11 2020

ଭୁବନେଶ୍ବର ୧୦।୮: ରାଜ୍ୟରେ ଆଉ ୧୪ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୮୬କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।
ମୃତ ୧୪ ଜଣଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ୬ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩ ଜଣ, ନୟାଗଡ ଜିଲ୍ଲାରୁ ୩ ଜଣ, ରାୟଗଡା, ସୁନ୍ଦରଗଡ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୪୭୪୫୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୫୩୩୪ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୩୧୭୮୪ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ୨୮୬ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୫୧ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୬୬୯୨୬୬ଟି ସାମ୍ପୁଲ ଟେଷ୍ଟ୍ ହୋଇଛି

About Author

indadmin

indadmin

Related Articles

Archives

Calendar

May 2024
M T W T F S S
 12345
6789101112
13141516171819
20212223242526
2728293031