Indus Valley Times

ରାଜ୍ୟରେ ଖସୁଛି କରୋନା ଗ୍ରାଫ୍, ୨୪ ଘଣ୍ଟାରେ ବାହାରିଲେ ୮ ଜଣ କୋଭିଡ ପଜିଟିଭ୍

 Breaking News

ରାଜ୍ୟରେ ଖସୁଛି କରୋନା ଗ୍ରାଫ୍, ୨୪ ଘଣ୍ଟାରେ ବାହାରିଲେ ୮ ଜଣ କୋଭିଡ ପଜିଟିଭ୍

ରାଜ୍ୟରେ ଖସୁଛି କରୋନା ଗ୍ରାଫ୍, ୨୪ ଘଣ୍ଟାରେ ବାହାରିଲେ ୮ ଜଣ କୋଭିଡ ପଜିଟିଭ୍
June 03
11:03 2022

ଭୁବନେଶ୍ବର, ୩/୬: ଗତକାଲି ୧୧ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେଶୁକ୍ରବାର ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।
ଏମାନଙ୍କ ମଧ୍ୟରୁ ୫ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୩ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରେ ଜଣେ ବି ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ନ ଥିବା ଜଣାଯାଇଛି।
ଶୁକ୍ରବାର ରାଜ୍ୟର ୫ଟି ଜିଲ୍ଲାରୁ ୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଅବଶିଷ୍ଟ ୨୫ଟି ଜିଲ୍ଲାରେ କରୋନା ସଂକ୍ରମଣର ସୂଚନା ନାହିଁ। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।
ଗତ ୨୪ ଘଣ୍ଟା ମଧ୍ୟରେ କଟକ ଜିଲ୍ଲାରୁ ୧ ଜଣ, ଗଞ୍ଜାମ ଜିଲ୍ଲାରୁ ୨ ଜଣ ଖୋର୍ଦ୍ଧା ଜିଲ୍ଲାରୁ ୨ ଜଣ, ପୁରୀ ଜିଲ୍ଲାରୁ ୧ ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧ ଜଣ ଓ ଷ୍ଟେଟପୁଲରୁ ୧ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି।
ଏପର‌୍ୟ୍ୟନ୍ତ ରାଜ୍ୟରେ ୧୨, ୮୮, ୪୭୩ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୨, ୭୯, ୨୧୪ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୮୦ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031