Indus Valley Times

ରାଜ୍ୟରେ ଖସୁଛି ସଂକ୍ରମଣ, ୨୪ ଘଣ୍ଟାରେ ବାହାରିଲେ ୩୨ କରୋନା ପଜିଟିଭ୍

 Breaking News

ରାଜ୍ୟରେ ଖସୁଛି ସଂକ୍ରମଣ, ୨୪ ଘଣ୍ଟାରେ ବାହାରିଲେ ୩୨ କରୋନା ପଜିଟିଭ୍

ରାଜ୍ୟରେ ଖସୁଛି ସଂକ୍ରମଣ, ୨୪ ଘଣ୍ଟାରେ ବାହାରିଲେ ୩୨ କରୋନା ପଜିଟିଭ୍
March 22
10:02 2022

ଭୁବନେଶ୍ବର, ୨୨/୩: ମଙ୍ଗଳବାର ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୩୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୧୯ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣରୁ ୧୩ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି।
ଏଥିମଧ୍ୟରୁ ୬ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଆଜି ଗଜପତି ଜିଲ୍ଲାରୁ ସର୍ବାଧିକ ୭ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି। ସୂଚନାଯୋଗ୍ୟ, ଗତକାଲି ୪୦ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିଲେ।
ଗତ ୨୪ ଘଣ୍ଟା ମଧ୍ୟରେ ବାଲେଶ୍ୱର ଜିଲ୍ଲାରୁ ୩ ଜଣ, କଟକରୁ ୧ ଜଣ, ଢେଙ୍କାନାଳ ଜିଲ୍ଲାରୁ ୧ ଜଣ, ଗଜପତିରୁ ୭ ଜଣ, ଯାଜପୁରରୁ ୬ ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧ ଜଣ, ଖୋର୍ଦ୍ଧାରୁ ୨ ଜଣ, ମୟୂରଭଞ୍ଜରୁ ୨ ଜଣ, ନୟାଗଡ଼ରୁ ୧ ଜଣ, ସମ୍ୱଲପୁର ଜିଲ୍ଲାରୁ ୨ ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୫ ଜଣ ଓ ଷ୍ଟେଟପୁଲରୁ ୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।
ବର୍ତ୍ତମାନ ପମଙ୍ଗଳବାରର‌୍ୟ୍ୟନ୍ତ ରାଜ୍ୟରେ ୧୨, ୮୭, ୨୨୫ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୨, ୭୭, ୪୯୭ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୫୫୯ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031