Indus Valley Times

ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୭୧୨ଜଣ କରୋନା ପଜିଟିଭ ଚିହ୍ନଟ, ୨୨ ଜଣଙ୍କ ମୃତ୍ୟୁ

 Breaking News

ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୭୧୨ଜଣ କରୋନା ପଜିଟିଭ ଚିହ୍ନଟ, ୨୨ ଜଣଙ୍କ ମୃତ୍ୟୁ

ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୭୧୨ଜଣ କରୋନା ପଜିଟିଭ ଚିହ୍ନଟ, ୨୨ ଜଣଙ୍କ ମୃତ୍ୟୁ
February 09
10:14 2022

ଭୁବନେଶ୍ୱର ୯/୨ : ବୁଧବାର ଗତ ୨୪ ଘଣ୍ଟା ମଧ୍ୟରେ ୧୭୧୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୭୧୫୨୩ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।
ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୯୯୭ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୭୧୫ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୩୨୩ଜଣ ରହିଛନ୍ତି ।
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୭୯ଜଣ, ବାଲେଶ୍ୱର ଜିଲ୍ଲାରୁ ୫୪ଜଣ, ବରଗଡ଼ ଜିଲ୍ଲାରୁ ୧୭ଜଣ, ଭଦ୍ରକ ଜିଲ୍ଲାରୁ ୨୨ଜଣ, ବଲାଙ୍ଗୀର ଜିଲ୍ଲାରୁ ୩୧ଜଣ, ବୌଦ୍ଧ ଜିଲ୍ଲାରୁ ୨୯ଜଣ, କଟକ ଜିଲ୍ଲାରୁ ୧୦୪ଜଣ, ଦେଓଗଡ଼ ଜିଲ୍ଲାରୁ ୪୬ଜଣ, ଢେଙ୍କାନାଳ ଜିଲ୍ଲାରୁ ୪୩ଜଣ, ଗଞ୍ଜାମ ଜିଲ୍ଲାରୁ ୧୦ଜଣ, ଜଗତସିଂହପୁର ଜିଲ୍ଲାରୁ ୪୮ଜଣ, ଯାଜପୁର ଜିଲ୍ଲାରୁ ୫୩ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୨୯ଜଣ, କଳାହାଣ୍ଡି ଜିଲ୍ଲାରୁ ୪୯ଜଣ, କନ୍ଧମାଳ ଜିଲ୍ଲାରୁ ୩୧ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୪୬ଜଣ, କେନ୍ଦୁଝର ଜିଲ୍ଲାରୁ ୫୨ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୫୭ଜଣ, କୋରାପୁଟ ଜିଲ୍ଲାରୁ ୧୧୮ଜଣ, ମାଲକାନଗିରି ଜିଲ୍ଲାରୁ ୩ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୫୩ଜଣ, ନବରଙ୍ଗପୁର ଜିଲ୍ଲାରୁ ୨୬ଜଣ, ନାୟଗଡ଼ ଜିଲ୍ଲାରୁ ୪୫ଜଣ, ନୂଆପଡ଼ା ଜିଲ୍ଲାରୁ ୩୯ଜଣ, ପୁରୀ ଜିଲ୍ଲାରୁ ୪୦ଜଣ, ରାୟଗଡ଼ା ଜିଲ୍ଲାରୁ ୩୪ଜଣ, ସମ୍ବଲପୁର ଜିଲ୍ଲାରୁ ୫୬ଜଣ, ସୋନପୁର ଜିଲ୍ଲାରୁ ୫୪ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୪୭ଜଣ, ଷ୍ଟେଟ ପୁଲ୍ରୁ ୪୮ଜଣ ରହିଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୭୧୫୨୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୭୬୪୭ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୨୪୫୦୨୬ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୮୧୬୬୭୮୬ ସାମ୍ପୁଲ ଟେଷ୍ଟ୍ ହୋଇଛି । ଡ଼ିଶାରେ ଦୈନିକ କରୋନା ସଂକମଣ ସାମାନ୍ୟ ଉପରତଳ ହେଉଛି, ତେବେ ଦୈନିକ ମୃତ୍ୟୁସଂଖ୍ୟାରେ କୌଣସି ଅବନତି ହେଉନାହିଁ।
ବୁଧବାର ମଧ୍ୟ ରାଜ୍ୟରେ ୨୨ ଜଣଙ୍କର କରୋନାରେ ମୃତ୍ୟୁ ହୋଇଛି। ଏଥି ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮ ହଜାର ୭୯୭ରେ ପହଁଞ୍ଚିଛି। ତେବେ ରାଜ୍ୟରେ ଦୈନିକ ସର୍ବାଧିକ କରୋନା ସଂକ୍ରମଣ ଖୋର୍ଦ୍ଧାରୁ ସଂକ୍ରମିତ ହେଉଛନ୍ତି। ସେହିଭଳି ଆଜି ଖୋର୍ଦ୍ଧାରୁ ୧୪ ଜଣ କରୋନାଭାଇରସ୍ କାରଣରୁ ମୃତ୍ୟୁ ବରଣ କରିଥିବା ବେଳେ ଏଥି ମଧ୍ୟରୁ ଭୁବନେଶ୍ୱରରୁ କେବଳ ୧୧ ଜଣଙ୍କର ମୃତ୍ୟୁ ଘଟିଛି।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031