Indus Valley Times

ରାଜ୍ୟରେ ଲମ୍ବା ଡିଆଁ ମାରିଲା କରୋନା: ଗତ ୨୪ ଘଣ୍ଟାରେ ୩୯୪ ଜଣ ପଜିଟିଭ୍ ଚିହ୍ନଟ

 Breaking News

ରାଜ୍ୟରେ ଲମ୍ବା ଡିଆଁ ମାରିଲା କରୋନା: ଗତ ୨୪ ଘଣ୍ଟାରେ ୩୯୪ ଜଣ ପଜିଟିଭ୍ ଚିହ୍ନଟ

ରାଜ୍ୟରେ ଲମ୍ବା ଡିଆଁ ମାରିଲା କରୋନା: ଗତ ୨୪ ଘଣ୍ଟାରେ ୩୯୪ ଜଣ ପଜିଟିଭ୍ ଚିହ୍ନଟ
April 01
13:07 2021

ଭୁବନେଶ୍ୱର,୪/୧: ରଜ୍ୟରେ ଦୃତ ଗତିରେ ବୃଦ୍ଧି ପାଉଛି କରୋନା ସଂକ୍ରମଣ । ଗତ ୨୪ଘଣ୍ଟାରେ ୩୯୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଗତକାଲି ରାଜ୍ୟରେ ୨୯୭ ପଜିଟିଭ ଚିହ୍ନଟ ହୋଇଥିଲେ । ଗତ ୨୪ଘଣ୍ଟାରେ ରାଜ୍ୟରେ ହଠାତ୍ କରୋନା ଲମ୍ବା ଡିଆଁ ମାରିଛି । ଯାହାକୁ ନେଇ ଲୋକଙ୍କ ଭିତରେ ଏକ ପ୍ରକାର ଆଶଙ୍କା ଦେଖା ଦେଇଛି ।
ଗୁରୁବାର ଦିନ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧତ୍କ ୭୦ ପଜିଟିଭ ଚିହ୍ନଟ ହୋଇଛନ୍ତି। ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୪୧ ହଜାର ୧୧୧ରେ ପହଞ୍ଚିଛି। ଏବେ ସୁଦ୍ଧା ସୁସ୍ଥ ହୋଇ ସାରିଲେଣି ୩ ଲକ୍ଷ ୩୭ ହଜାର ୦୯୧ ଜଣ। ଏବେ ବି ସକ୍ରିୟ ଅଛନ୍ତି ୨୨୪୬ ଜଣ। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୨୪ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ବରରୁ ୫ ଜଣ, ବରଗଡ଼ରୁ ୩୪ ଜଣ, ଭଦ୍ରକରୁ ୪ ଜଣ, ବଲାଙ୍ଗୀରରୁ ୧୦ ଜଣ, କଟକରୁ ୨୭ ଜଣ, ଢେଙ୍କାନାଳରୁ ୪ଜଣ, ଗଞ୍ଜାମରୁ ୭ ଜଣ, ଜଗତ୍ସିଂହପୁରରୁ ୨ ଜଣ, ଯାଜପୁରରୁ ୭ ଜଣ, ଝାରସୁଗୁଡ଼ାରୁ ୬ ଜଣ, କଳାହାଣ୍ଡିରୁ ୪୩ଜଣ, କେନ୍ଦ୍ରାପଡ଼ାରୁ ୨ ଜଣ, କେନ୍ଦୁଝରରୁ ୩ ଜଣ, ଖୋର୍ଦ୍ଧାରୁ ୭୦ଜଣ, କୋରାପୁଟରୁ ୪ ଜଣ, ମୟୂରଭଞ୍ଜରୁ ୧୯ଜଣ, ନବରଙ୍ଗପୁରରୁ ୩ ଜଣ, ନୟାଗଡ଼ରୁ ଜଣେ, ନୂଆପଡ଼ାରୁ ୪୦ ଜଣ, ପୁରୀରୁ ୧୨ଜଣ, ରାଗଡ଼ାରୁ ୩, ସମ୍ବଲପୁରରୁ ୧୪ ଜଣ, ସୋନପୁରରୁ ୪ ଜଣ, ସୁନ୍ଦରଗଡ଼ରୁ ୩୧ ଜଣ ଓ ଷ୍ଟେଟ୍ ପୁଲରୁ ୧୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

About Author

indadmin

indadmin

Related Articles

Archives

Calendar

May 2024
M T W T F S S
 12345
6789101112
13141516171819
20212223242526
2728293031