Indus Valley Times

ରାଜ୍ୟରେ ଗତ ୨୪ ଘଣ୍ଟାରେ ୪୪୪ ଜଣ କରୋନା ପଜିଟିଭ ଚିହ୍ନଟ, ୧୮ ବର୍ଷରୁ କମ୍ ବୟସ୍କ ୫୯ ଜଣ ଶିଶୁ

 Breaking News

ରାଜ୍ୟରେ ଗତ ୨୪ ଘଣ୍ଟାରେ ୪୪୪ ଜଣ କରୋନା ପଜିଟିଭ ଚିହ୍ନଟ, ୧୮ ବର୍ଷରୁ କମ୍ ବୟସ୍କ ୫୯ ଜଣ ଶିଶୁ

September 27
10:38 2021

ଭୁବନେଶ୍ବର,୨୭/୯: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୪୪ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୨୫୮ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣରୁ ୧୮୬ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୫୯ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି। େ
ସୋମବାର ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୭୦ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।
ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳରୁ ୮ ଜଣ, ବାଲେଶ୍ୱରରୁ ୧୬ଜଣ, ବରଗଡ଼ରୁ ୧ ଜଣ, ଭଦ୍ରକରୁ ୪ ଜଣ, ବଲାଙ୍ଗୀରରୁ ୩, କଟକରୁ ୭୩ ଜଣ, ଦେବଗଡ଼ରୁ ୧ଜଣ, ଢେଙ୍କାନାଳରୁ ୩ ଜଣ, ଗଞ୍ଜାମରୁ ୬ ଜଣ, ଜଗତସିଂହପୁରରୁ ୧୩ ଜଣ, ଯାଜପୁରରୁ ୨୨ ଜଣ, ଝାରସୁଗୁଡ଼ାରୁ ୩ ଜଣ, କେନ୍ଦ୍ରାପଡ଼ାରୁ ୫ ଜଣ, କେଉଁଝରରୁ ୩ ଜଣ, ଖୋର୍ଦ୍ଧାରୁ ୧୭୦ ଜଣ, ମୟୁରଭଞ୍ଜରୁ ୩୭ ଜଣ, ନୟାଗଡ଼ରୁ ୮ ଜଣ, ନୂଆପଡ଼ାରୁ ୧ ଜଣ, ପୁରୀରୁ ୭ ଜଣ, ରାୟଗଡ଼ାରୁ ୯ ଜଣ, ସମ୍ୱଲପୁରରୁ ୭ ଜଣ, ସୋନପୁରରୁ ୨ ଜଣ, ସୁନ୍ଦରଗଡ଼ରୁ ୭ ଜଣ ଓ ଷ୍ଟେଟ ପୁଲରୁ ୩୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।
ବର୍ତ୍ତମାନ ପର‌୍ୟ୍ୟନ୍ତ ରାଜ୍ୟରେ ୧୦, ୨୪, ୭୬୪ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ ୧୦,୧୦,୮୨୯ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୫୭୦୨ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

About Author

indadmin

indadmin

Related Articles

Archives

Calendar

May 2024
M T W T F S S
 12345
6789101112
13141516171819
20212223242526
2728293031