ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ମାତ୍ର ୧ ଜଣ କରୋନା ପଜିଟିଭ ଚିହ୍ନଟ
April 23
10:01
2022
ଭୁବନେଶ୍ବର, ୨୩/୪: ଗତକାଲି ୧୧ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଶନିବାରରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ମାତ୍ର ୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।
ଏମାନଙ୍କ ମଧ୍ୟରୁ ୧ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣରୁ କେହି ପଜିଟିଭ ଚିହ୍ନଟ ହୋଇନାହାନ୍ତି।
ଏଥିମଧ୍ୟରୁ କେହି ବି ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ନ ଥିବା ଜଣାଯାଇଛି। ଆଜି ରାଜ୍ୟର ମାତ୍ର ୧ଟି ଜିଲ୍ଲାରୁ ଜଣେ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଅବଶିଷ୍ଟ ୨୯ଟି ଜିଲ୍ଲାରେ କରୋନା ସଂକ୍ରମଣର ସୂଚନା ନାହିଁ।
ଆଜି ସମ୍ବଲପୁର ଜିଲ୍ଲାରୁ ମାତ୍ର ଜଣେ କରୋନା ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।
ଏପର୍ଯନ୍ତ ରାଜ୍ୟରେ ୧୨, ୮୭, ୯୮୦ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୨, ୭୮, ୭୧୮ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୮୫ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।