Indus Valley Times

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୪ ଜଣ କରୋନା ପଜିଟିଭ ଚିହ୍ନଟ, ନୂଆପଡ଼ା ଜିଲ୍ଲାରୁ ସର୍ବାଧିକ ୯ ଜଣ

 Breaking News

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୪ ଜଣ କରୋନା ପଜିଟିଭ ଚିହ୍ନଟ, ନୂଆପଡ଼ା ଜିଲ୍ଲାରୁ ସର୍ବାଧିକ ୯ ଜଣ

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୪ ଜଣ କରୋନା ପଜିଟିଭ ଚିହ୍ନଟ, ନୂଆପଡ଼ା ଜିଲ୍ଲାରୁ ସର୍ବାଧିକ ୯ ଜଣ
May 15
10:57 2022

ଭୁବନେଶ୍ବର, ୧୫/୫: ଗତକାଲି ୧୮ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରବିବାର ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୮ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୬ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି।
ଏଥିମଧ୍ୟରୁ ୪ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଆଜି ରାଜ୍ୟର ୪ଟି ଜିଲ୍ଲାରୁ ୧୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଅବଶିଷ୍ଟ ୨୬ଟି ଜିଲ୍ଲାରେ କରୋନା ସଂକ୍ରମଣର ସୂଚନା ନାହିଁ। ଆଜି ନୂଆପଡ଼ା ଜିଲ୍ଲାରୁ ସର୍ବାଧିକ ୯ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।
ଗତ ୨୪ ଘଣ୍ଟା ମଧ୍ୟରେ ବାଲେଶ୍ବର ଜିଲ୍ଲାରୁ ୧ ଜଣ, କଟକ ଜିଲ୍ଲାରୁ ୩ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧ ଜଣ ଓ ନୂଆପଡ଼ା ଜିଲ୍ଲାରୁ ୯ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି।
ଏପର୍ଯ୍ୟନ୍ତ ରାଜ୍ୟରେ ୧୨, ୮୮, ୩୦୪ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୨, ୭୮, ୯୮୭ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୧୩୮ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031