Indus Valley Times

ରାଜ୍ୟରେ ଚିହ୍ନଟ ହେଲେ ଆଉ ୩୨ ନୂଆ ଓମିକ୍ରନ୍ ସଂକ୍ରମିତ : ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୨୦୨କୁ ବୃଦ୍ଧି

 Breaking News

ରାଜ୍ୟରେ ଚିହ୍ନଟ ହେଲେ ଆଉ ୩୨ ନୂଆ ଓମିକ୍ରନ୍ ସଂକ୍ରମିତ : ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୨୦୨କୁ ବୃଦ୍ଧି

ରାଜ୍ୟରେ ଚିହ୍ନଟ ହେଲେ ଆଉ ୩୨ ନୂଆ ଓମିକ୍ରନ୍ ସଂକ୍ରମିତ : ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୨୦୨କୁ ବୃଦ୍ଧି
January 15
16:27 2022

ଭୁବନେଶ୍ବର, ୧୫/୧: ରାଜ୍ୟରେ ଚିହ୍ନଟ ହେଲେ ଆଉ ୩୨ ନୂଆ ଓମିକ୍ରନ୍ ସଂକ୍ରମିତ । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୨୦୨କୁ ବୃଦ୍ଧି ପାଇଛି । ଆଉ ୩୨ ଓମିକ୍ରନ୍ ସଂକ୍ରମିତ ଚିହ୍ନଟ ନେଇ ସ୍ବାସ୍ଥ୍ୟ ବିଭାଗକୁ ଓଖଝ ଅବଗତ କରିଛି । ଡିସେମ୍ବର ୨୧ରେ ରାଜ୍ୟରେ ପ୍ରଥମ ଓମିକ୍ରନ୍ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ ।
ରାଜ୍ୟରେ ପ୍ରଥମ ଭାବେ ଡିସେମ୍ବର ୨୧ ତାରିଖରେ ୨ ଜଣ ଓମିକ୍ରନ୍ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ । ପରେ ଡିସେମ୍ବର ୨୩ ତାରିଖରେ ଆଉ ୨ ଜଣ ଓମିକ୍ରନ୍ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ । ୨୬ ତାରିଖରେ ଆଉ ୪ ଜଣ, ୨୯ ତାରିଖରେ ଜଣେ, ୩୦ ତାରିଖରେ ୫ ଜଣ ଓମିକ୍ରନ୍ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ ।
ଜାନୁଆରୀ ୨ ତାରିଖରେ ୨୩ ଜଣ, ୫ ତାରିଖରେ ୨୪ ଜଣ, ୮ ତାରିଖରେ ୧୪ ଜଣ, ୧୨ ତାରିଖରେ ୬୭ ଜଣ ଓମିକ୍ରନ୍ ସଂକ୍ରମିତ ହୋଇଥିବା ବେଳେ ୧୫ ତାରିଖରେ ୩୨ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଓମିକ୍ରନ୍ ଆକ୍ରାନ୍ତ ସଂଖ୍ୟା ୨୦୨କୁ ବୃଦ୍ଧି ହୋଇଛି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୧୨୨୭୩୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୬୧୮୦୯ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୦୫୨୩୯୫ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୬୫୫୪୩୩୪ ସାମ୍ପୁଲ ଟେଷ୍ଟ୍ ହୋଇଛି ।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031