Indus Valley Times

ରାଜ୍ୟରେ ଜାରି ରହିଛି ଘନକୁହୁଡ଼ି ସାଙ୍ଗକୁ କୋହଲା ପାଗ

 Breaking News

ରାଜ୍ୟରେ ଜାରି ରହିଛି ଘନକୁହୁଡ଼ି ସାଙ୍ଗକୁ କୋହଲା ପାଗ

ରାଜ୍ୟରେ ଜାରି ରହିଛି ଘନକୁହୁଡ଼ି ସାଙ୍ଗକୁ କୋହଲା ପାଗ
January 15
11:19 2025

ଭୁବନେଶ୍ୱର,୧୫/୧: ରାଜ୍ୟରେ ରାତି ତାପମାତ୍ରା ବା ସର୍ବନିମ୍ନ ତାପମାତ୍ରା ସାମାନ୍ୟ ବୃଦ୍ଧି ପାଇଛି। ମଙ୍ଗଳବାର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ମିଳିଥିବା ତଥ୍ୟ ଅନୁଯାୟୀ, ସର୍ବାଧିକ ତାପମାତ୍ରା ପାରଳାଖେମୁଣ୍ଡିରେ ୩୦.୫ ଡିଗ୍ରୀ ଏବଂ ସର୍ବନିମ୍ନ ତାପମାତ୍ରା ଫୁଲବାଣୀରେ ୧୧.୫ ଡିଗ୍ରୀ ସେଲସିୟସ୍ ରେକର୍ଡ କରାଯାଇଛି।
୧୭ ତାରିଖଠାରୁ ପରବର୍ତ୍ତୀ ୩ଦିନ ମଧ୍ୟରେ ତାପମାତ୍ରା ୨ରୁ ୩ ଡିଗ୍ରୀ ସେଲସିୟସ୍ ହ୍ରାସ ପାଇବା ନେଇ ପୂର୍ବାନୁମାନ କରାଯାଇଛି। ବୁଧବାର କଳାହାଣ୍ଡି, କନ୍ଧମାଳ ଓ ଭଦ୍ରକରେ ଘନ କୁହୁଡ଼ି ସମ୍ଭାବନା ରହିଥିବାରୁ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ସେହିପରି ଝାରସୁଗୁଡ଼ା, କେନ୍ଦୁଝର, ସମ୍ବଲପୁର, ସୁନ୍ଦରଗଡ଼, କଟକ, ଖୋର୍ଦ୍ଧା, ପୁରୀ, ଗଞ୍ଜାମ ଓ ଗଜପତି ଜିଲାରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ସମ୍ଭାବନା ରହିଛି।

About Author

indadmin

indadmin

Related Articles

Archives

Calendar

March 2026
M T W T F S S
 1
2345678
9101112131415
16171819202122
23242526272829
3031