Indus Valley Times

ରାଜ୍ୟରେ ତିନି ଦିନ ଲାଗି ରହିବ ବର୍ଷା

 Breaking News

ରାଜ୍ୟରେ ତିନି ଦିନ ଲାଗି ରହିବ ବର୍ଷା

ରାଜ୍ୟରେ ତିନି ଦିନ ଲାଗି ରହିବ ବର୍ଷା
October 15
15:30 2021

ଭୁବନେଶ୍ୱର,୧୫/୧୦: ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଘୁର୍ଣ୍ଣିବଳୟକୁ ନେଇ ଯେଉଁ ବାତ୍ୟା ଆଶଙ୍କା କରାଯାଉଥିଲା ତାହା ଟଳିଛି । ଏବେ ଘୂର୍ଣ୍ଣବଳୟ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି କିନ୍ତୁ ବାତ୍ୟାରେ ପରିଣତ ହେବାର ଆଶଙ୍କା ନାହିଁ । ତେବେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ରାଜ୍ୟରେ ଆଗାମୀ ୩ଦିନ ବର୍ଷା ଲାଗି ରହିବ ବୋଲି ଆଇଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା ଦେଇଛନ୍ତି। ଏଥିସହିତ କିଛି ସ୍ଥାନରେ କାଳବୈଶାଖୀ ସମ୍ଭାବନା ରହିଛି।
ଗତକାଲି ରାଜ୍ୟରେ ଆକାଶ ମେଘୁଆ ରହିବା ସହ କେତେକ ସ୍ଥାନରେ ବର୍ଷା ହୋଇଥିଲା। ଆଜି ମଧ୍ୟ ସକାଳୁ ସକାଳୁ ରାଜ୍ୟର କେତେକ ସ୍ଥାନରେ ଝିପି ଝିପି ବର୍ଷା ହେବା ସହ ଆକାଶ ମେଘାଚ୍ଛନ୍ନ ରହିଥିବା ଦେଖିବାକୁ ମିଳିଛି। ଆଜି ଉପକୂଳ ଓଡ଼ିଶା ସମେତ ମୟୂରଭଞ୍ଜ, କେନ୍ଦୁଝର, ଢ଼େଙ୍କାନାଳ, ଅନୁଗୁଳ, ମାଲକାନଗିରି, କୋରାପୁଟ ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବର୍ଷା ଆଶଙ୍କା ଥିବା ବେଳେ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, କେନ୍ଦୁଝର ଓ ଢ଼େଙ୍କାନାଳରେ କାଳବୈଶାଖୀ ସମ୍ଭାବନା ରହିଛି।
ଆଜି ଏବଂ ଆସନ୍ତାକାଲି ମଧ୍ୟରେ କିଛି ଜିଲ୍ଲାରେ ସାମାନ୍ୟ ବର୍ଷା ହେବା ସହିତ ଆଉ କିଛି ଜିଲ୍ଲାରେ କାଳବୈଶାଖୀ ଓ ବଜ୍ରପାତ ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ୧୬ରୁ ୧୭ ତାରିଖ ମଧ୍ୟରେ ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର ଓ ପୁରୀରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏଥିପାଇଁ ଉକ୍ତ ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Tags
Share

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031