ରାଜ୍ୟରେ ପୁଣି ଜଣେ ଓଏଏସ ଅଧିକାରୀଙ୍କ ଘରେ ଭିଜିଲାନ୍ସର ବଡ଼ ଧରଣର ଚଢ଼ାଉ
କଟକ, ୧୧/୩ : ରାଜ୍ୟରେ ପୁଣି ଜଣେ ଓଏଏସ ଅଧିକାରୀଙ୍କ ଘରେ ଭିଜିଲାନ୍ସର ବଡ଼ ଧରଣର ଚଢ଼ାଉ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କଟକ ଜିଲ୍ଲା କଣ୍ଟାପଡ଼ା ତହସିଲଦାର ପ୍ରସନ୍ନ ସାମନ୍ତରାୟଙ୍କ ଘରେ ଚଢ଼ାଉ କରିଛି ଭିଜିଲାନ୍ସ।
ଏକକାଳୀନ ୭ଟି ସ୍ଥାନରେ ରେଡ୍ ଚାଲିଛି। କଟକର ସ୍ୱତନ୍ତ୍ର ଭିଜିଲାନ୍ସ କୋର୍ଟ ଦ୍ୱାରା ଜାରି ହୋଇଥିବା ସର୍ଚ୍ଚ ୱାରେଣ୍ଟ ଆଧାରରେ ଏହି ଚଢାଉ କରାଯାଇଥିଲା।
ଆଜି ତହସିଲଦାର ପ୍ରସନ୍ନ ସାମନ୍ତରାୟଙ୍କ ଘର ସାଇଟ କଟକ, ଭୁବନେଶ୍ୱର, ପୁରୀ ଓ କେନ୍ଦ୍ରାପଡାର ୭ଟି ସ୍ଥାନରେ ରେଡ୍ ଚାଲିଛି। ଭୁବନେଶ୍ୱର ସହିଦନଗରରେ ରହିଛି ୩ମହଲା ବିଲ୍ଡିଂ। ଏହାସହ ଏକ ନିର୍ମାଣଧୀନ ୩ ମହଲା କୋଠା ରହିଛି। ପୈତୃକ ଘର ପୁରୀ ଜିଲ୍ଲା ଗଡିଶାଗଡ଼ ଥାନା ଦୁଛିଆରେ ରେଡ୍ କରୁଛି ଟିମ୍।
ସେପଟେ ଭୁବନେଶ୍ୱର ଲକ୍ଷ୍ମୀସାଗର ଓ କେନ୍ଦ୍ରାପଡା ଜିଲ୍ଲା ମାର୍ଶାଘାଇରେ ଥିବା ସମ୍ପର୍କୀୟଙ୍କ ଘର, କଣ୍ଟାପଡାରେ ଥିବା ସରକାରୀ କ୍ବାର୍ଟର୍ସ ଓ କାର୍ୟ୍ୟାଳୟରେ ଯାଞ୍ଚ କରୁଛି ଟିମ୍। ଚଢ଼ାଉରେ ଭିଜିଲାନ୍ସର ଦୁଇ ଜଣ ଅତିରିକ୍ତ ଏସପି, ୮ ଜଣ ଡ଼ିଏସପି, ୧୧ ଜଣ ଇନିସ୍ପେକ୍ଟର, ୫ ଏଏସଆଇ ଓ ଅନ୍ୟ କର୍ମଚାରୀ ସାମିଲ ଅଛନ୍ତି।






