ରାଜ୍ୟରେ ପ୍ରାଣ ହରାଇଲେ ଆଉ ୧୦ କରୋନା ସଂକ୍ରମିତ, ମୋଟ୍ ମୃତ୍ୟୁ ସଂଖ୍ୟା ୧୯୭କୁ ବୃଦ୍ଧି
![ରାଜ୍ୟରେ ପ୍ରାଣ ହରାଇଲେ ଆଉ ୧୦ କରୋନା ସଂକ୍ରମିତ, ମୋଟ୍ ମୃତ୍ୟୁ ସଂଖ୍ୟା ୧୯୭କୁ ବୃଦ୍ଧି](http://indusvalleytimes.com/news/wp-content/uploads/2020/04/coronavirus-death-680x365_c.jpg)
August 02
12:25
2020
ଭୁବନେଶ୍ୱର ୨।୮:୨୪ ଘଣ୍ଟା ମଧ୍ୟରେ ଆଉ ୧୦ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୯୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।
ମୃତକଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ୪ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩ ଜଣ, ଯାଜପୁର ଜିଲ୍ଲାରୁ ଜଣେ, କଳାହାଣ୍ଡି ଜିଲ୍ଲାରୁ ଜଣେ ଏବଂ ସୁନ୍ଦରଗଡ ଜିଲ୍ଲାରୁ ଜଣେ ଜଣେ ରହିଛନ୍ତି ।